Odia News Portal

ପୁଣି ଚିନ୍ତା ବଢାଇଲା କରୋନା : ଦିନକରେ ୧୩୦୦ ସଂକ୍ରମିତ ଚିହ୍ନଟ

ଆଜି ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୧,୨୪୯ ହୋଇଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୭୯୦୦ ଟପି ଯାଇଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୨୪୯ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧,୨୪୯ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୭,୦୦,୬୬୭ରେ ପହଞ୍ଚିଛି।

ଗତ ୨୪ ‌ଘଣ୍ଟାରେ ୨ଟି ମୃତ୍ୟୁ ରିପୋର୍ଟ କରାଯିବା ଫଳରେ ଦେଶରେ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୮୧୮କୁ ବୃଦ୍ଧି ପାଇଛି। ସେଥିରୁ କର୍ଣ୍ଣାଟକ ଏବଂ ଗୁଜରାଟରେ ଗୋଟିଏ ଲେଖାଏଁ ମୃତ୍ୟୁ ହୋଇଥିବା ରିପୋର୍ଟ ସାମିଲ କରାଯାଇଛି।

ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୬୧,୯୨୨। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୭୯% ରହିଛି।

ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୭,୯୨୭କୁ ବୃଦ୍ଧି ପାଇଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୨%।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୨୦,୬୫,୩୪,୮୨୭ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ପରୀକ୍ଷା କରାଯାଇଛି ୧,୦୫,୩୧୬ଟି ନମୁନା।