Odia News Portal

ରାଜ୍ୟରେ ଦିନକରେ ୧୭ କୋଭିଡ ଆକ୍ରାନ୍ତ ଚିହ୍ନଟ,୧୩୪ ଦିନରେ ସର୍ବାଧିକ

ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୭ ଜଣ ନୂଆ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ସୂଚନା ଦେଇଛନ୍ତି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ।ସେ କହିଛନ୍ତି ଯେ, ୧୩୪ ଦିନ ଭିତରେ ୧୭ ଜଣ ଆକ୍ରାନ୍ତ ଚିହ୍ନଟ ହେବା ସର୍ବାଧିକ। ଏବେ ମୋଟ ୭୩ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି। ତେବେ ରାଜ୍ୟରେ କରୋନା ନମୁନା ପରୀକ୍ଷା ବ୍ୟବସ୍ଥାକୁ ଅଧିକ ଗୁରୁତ୍ୱ ଦିଆଯାଉ ଥିବାରୁ ଭୟଭୀତ ହେବାର କୌଣସି କାରଣ ନାହିଁ ବୋଲି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି।