Odia News Portal

ପୋଲ ତଳକୁ ଖସିଲା ଯାତ୍ରୀବାହୀ ବସ୍‌ : ୨ ମୃତ୍ୟୁ, ୩୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ

କଳାହାଣ୍ଡି: ପୋଲ ତଳକୁ ଖସିଲା ଯାତ୍ରୀବାହୀ ବସ୍‌। କଳାହାଣ୍ଡି ଜିଲ୍ଲା କେସିଙ୍ଗା ଜୋଲ୍‌କୋ ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ପୋଲ ତଳକୁ ଯାତ୍ରୀବାହୀ ବସ୍‌ ଖସି ପଡ଼ିବା ଫଳରେ ୨ଜଣଙ୍କର ମୃତ୍ୟୁ ଘଟିଛି। ଏଥିସହ ୩୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଛନ୍ତି। ଆଜି ଭୋର ସମୟରେ ଏହି ଦୁର୍ଘଟଣା ଘଟିଛି। ଆହତଙ୍କୁ ଭବାନୀପାଟଣା ଓ କେସିଙ୍ଗା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ବେଳେ ଗୁରୁତର ଭାବେ ଆହତ ହୋଇଥିବା କିଛି ଲୋକଙ୍କୁ ବୁର୍ଲା ମେଡିକାଲ୍‌କୁ ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି। ରିପୋର୍ଟ ଲେଖାଯିବା ସୁଦ୍ଧା ମୃତକଙ୍କ ପରିଚୟ ଜଣାପଡ଼ିନି।