Odia News Portal

ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା ବିଜେଡି

ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଅନ୍ୟ ଦଳମାନଙ୍କଠାରୁ ଗୋଟିଏ ପାଦ ଆଗରେ ରହିଛି ଶାସକ ବିଜେଡି। ଉପନିର୍ବାଚନ ତାରିଖ ଘୋଷଣା ପରେ ବିଜେଡି ପ୍ରଥମ ଦଳ ଭାବେ ପ୍ରାର୍ଥୀ ଘୋଷଣା କରିସାରିଛି । ଏବେ ଶାସକ ଦଳ ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତ କରିଛି । ଦଳ ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ତିନି ବରିଷ୍ଠ ନେତାଙ୍କୁ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ ଦିଆଯାଇଛି । ସେମାନେ ହେଲେ ପ୍ରସନ୍ନ ଆଚାର୍ଯ୍ୟ, ଦେବୀ ପ୍ରସାଦ ମିଶ୍ର ଓ ଶାରଦା ପ୍ରସାଦ ନାୟକ।

ସୂଚନାଯୋଗ୍ୟ ଯେ, ବିଜେଡି ଝାରସୁଗୁଡ଼ା ବିଧାନସଭା ଆସନରେ ଉପନିର୍ବାଚନ ପାଇଁ ସ୍ୱର୍ଗତ ମନ୍ତ୍ରୀ ନବକିଶୋର ଦାସଙ୍କ ଝିଅ ଦୀପାଳିଙ୍କୁ ପ୍ରାର୍ଥୀ କରିଛି। ଆସନ୍ତା ମାସ ୧୦ ତାରିଖରେ ଉପନିର୍ବାଚନ ପାଇଁ ଭୋଟ୍ ଗ୍ରହଣ ହେବ । ମେ ‘ ୧୩ ତାରିଖରେ ହେବ ଗଣତି । ନବକିଶୋର ଦାସଙ୍କ ହତ୍ୟା ପରେ ଏହି ଆସନ ଖାଲି ପଡ଼ିଛି ।