Odia News Portal

ଆଜିଠୁ ଆରମ୍ଭ ହେଲା ସକାଳୁଆ ସ୍କୁଲ

ଆଜିଠାରୁ ପିଲାଙ୍କର ଆରମ୍ଭ ହୋଇଛି ସକାଳୁଆ ସ୍କୁଲ। ସକାଳ ୭ଟାରୁ ସାଢେ଼ ୧୧ ଟା ଯାଏ ଚାଲିବ କ୍ଲାସ୍ । ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ୟ୍ୟନ୍ତ ପାଠପଢ଼ା ହେଉଥିବା ରାଜ୍ୟର ସମସ୍ତ ସରକାରୀ ଓ ଘରୋଇ ସ୍କୁଲ ସକାଳ ୭ଟାରୁ ସାଢ଼େ ୧୧ଟା ପର୍ୟ୍ୟନ୍ତ ଚାଲିବ। ପ୍ରବଳ ଖରାକୁ ନଜରରେ ରଖି ସରକାର ଏପରି ନିଷ୍ପତ୍ତି ନେଇଛନ୍ତି।

ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଜିଲ୍ଲାପାଳମାନେ ନିଜ ନିଜ ଜିଲ୍ଲାର ସ୍କୁଲଗୁଡ଼ିକର ସମୟ ନିର୍ଘଣ୍ଟରେ ପରିବର୍ତ୍ତନ କରିପାରିବେ ବୋଲି ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା।