ସମ୍ବଲପୁର ରାଜ୍ୟର ଉତ୍ତପ୍ତ ସହର, ଦିନ ୨ଟା ୩୦ ସୁଦ୍ଧା ତାପମାତ୍ରା ୪୨.୨ ଡିଗ୍ରୀ ରେକର୍ଡ
ଖରାରେ ସିଝୁଛନ୍ତି ରାଜ୍ୟବାସୀ । ରବିବାର ରାଜ୍ୟର ଉତ୍ତପ୍ତ ସହର ପାଲଟିଛି ସମ୍ବଲପୁର । ଅପରାହ୍ଣ ୨ଟା ୩୦ ସୁଦ୍ଧା ସମ୍ବଲପୁର ସବୁଠାରୁ ଉତ୍ତପ୍ତ ସହର ପାଲଟିଛି । ୪୨.୨ ଡିଗ୍ରୀ ସହ ଉତ୍ତପ୍ତ ସହର ପାଲଟିଛି ସମ୍ବଲପୁର । ଝାରସୁଗୁଡାରେ ତାପମାତ୍ରା ୪୧.୬, ହୀରାକୁଦ-୪୦.୨ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି ।
