Odia News Portal

ଆଜି ବିଜୁବାବୁଙ୍କ ତିରୋଧାନ ଦିବସ, ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ଆଜି ହେଉଛି ମହାନ ଜନନାୟକ, ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ତଥା ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ବାବୁଙ୍କ ତିରୋଧାନ ଦିବସ । ଏହି ଅବସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଜ୍ୟର ସର୍ବାଙ୍ଗୀନ ଉନ୍ନତି, ଓଡ଼ିଆ ସ୍ବାଭିମାନର ସୁରକ୍ଷା ସହ ଓଡ଼ିଶାକୁ ଶିଳ୍ପ ସମୃଦ୍ଧ କରିବାରେ ବିଜୁ ପଟ୍ଟନାୟକଙ୍କ ଅତୁଳନୀୟ ଅବଦାନ ସର୍ବଦା ଲୋକଙ୍କ ହୃଦୟରେ ସ୍ମରଣୀୟ ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।