Odia News Portal

ରାଜ୍ୟ କ୍ୟାବିନେଟ୍ ବୈଠକରେ ୧୫ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି

ରାଜ୍ୟ କ୍ୟାବିନେଟ୍ ବୈଠକରେ ୧୫ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି ।

*ଆହୁରି ୧୦ବର୍ଷ ପାଇଁ ଓଡ଼ିଶା ରହିବ ଭାରତୀୟ ହକି ଟିମର ପ୍ରାୟୋଜକ ।

*୨୦୨୩-୩୩ ପର୍ଯ୍ୟନ୍ତ ହକି ଟିମ୍ ପାଇଁ ପ୍ରାୟୋଜକ ରହିବ ଓଡ଼ିଶା ।

*୬ ଲେନ୍ ବିଶିଷ୍ଟ କଟକ ରିଙ୍ଗ ରୋଡ୍ ଆହୁତ ଟେଣ୍ଡରକୁ ରାଜ୍ୟ କ୍ୟାବିନେଟର ଅନୁମୋଦନ ମିଳିଛି ।

*ଓଡ଼ିଶା ଇଭି ପଲିସି-୨୦୨୧ର ସଂଶୋଧନ,ବିଦ୍ୟୁତ ବଣ୍ଟନ କମ୍ପାନୀଙ୍କୁ ଆର୍ଥିକ ସହାୟତା ଓ ଓବିସି କମିଶନ ସଂଶୋଧନ ଅଧ୍ୟାଦେଶକୁ ରାଜ୍ୟ କ୍ୟାବିନେଟ ମୋହର ମାରିଛି ।

*ଖୁବଶୀଘ୍ର ଓଡ଼ିଶା ସ୍ବତନ୍ତ୍ର ଲଘୁଖଣିଜ ନିଲାମୀ ଅଧିନିୟମରେ ସଂଶୋଧନ ପାଇଁ ଆସିବ ସ୍ବତନ୍ତ୍ର ସଂଶୋଧିତ ଅଧିନିୟମ-୨୦୨୩ ।

*ଓଡ଼ିଶା ଖଦି ଓ ଗ୍ରାମଦ୍ୟୋଗ ବୋର୍ଡ ଅଧିନିୟମରେ ଆସିବ ସଂଶୋଧନ ।

* ଓଡ଼ିଶା ଜଙ୍ଗଲ ସେବା କ୍ୟାଡରର ପୁନର୍ଗଠନ, ଜିପିଏଫ୍ ଅଧିନିୟମ-୧୯୩୮ର ସଂଶୋଧନ,

*ଅବକାରୀ ମନ୍ତ୍ରାଳୟରେ ସହାୟକ, ବରିଷ୍ଠ ସହାୟକ ଓ ସେକ୍ସନ ଅଫିସରଙ୍କ ନିଯୁକ୍ତି ନେଇ ନୂଆ ସର୍ତ୍ତାବଳୀକୁ ରାଜ୍ୟ କ୍ୟାବିନେଟ ମୋହର ମାରିଛି ।

*ସେହିପରି ଅବକାରୀ ସବଇନସ୍ପେକ୍ଟର ନିଯୁକ୍ତି ନେଇ ନୂଆ ଅଧିନିୟମ-୨୦୨୩ ଆସିବାକୁ ଥିବାବେଳେ ପୂର୍ବରୁ ଥିବା ନିଯୁକ୍ତି ଅଧିନିୟମ ଅକାମୀ ହେବ ।

ଓଡ଼ିଶା’କୁ ହକିର ‘ଗ୍ଲୋବାଲ୍ ହବ୍’ କରିବା ଲକ୍ଷ
– ହକି ଇଣ୍ଡିଆକୁ ଓଏମ୍ସି ଦେବ ୪୩୮.୧୨ କୋଟି
– ଚୁକ୍ତିର ଅବଧି ୨୦୨୩ରୁ ୨୦୩୩ ପର୍ୟ୍ୟନ୍ତ ବୃଦ୍ଧି
– ବିଜୁ ସେତୁ ଯୋଜନାର ଅବଧିକୁ ୨୦୨୫-୨୬ ଯାଏ ବୃଦ୍ଧି
– ଓବିସି କମିସନ ସଂଶୋଧନ ନେଇ ଅଧ୍ୟାଦେଶ ମଞ୍ଜୁରୀ