Odia News Portal

ମାଟ୍ରିକ ପରୀକ୍ଷାର କୃତି ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଆଜି ପ୍ରକାଶ ପାଇଥିବା ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷାର କୃତି ଛାତ୍ରଛାତ୍ରୀମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପରୀକ୍ଷା ଦେଇଥିବା ସମସ୍ତ ଛାତ୍ରଛାତ୍ରୀଙ୍କ ଉଦ୍ୟମକୁ ପ୍ରଶଂସା କରିଛନ୍ତି ମୁଖ୍ୟମନ୍ତ୍ରୀ । ଫଳାଫଳ ନିର୍ବିଶେଷରେ ଜୀବନରେ ସଫଳ ହେବା ସହ ସମାଜ ପାଇଁ କିଛି କରିବାର ଦୃଢ଼ ମନୋଭାବ ନେଇ ସମସ୍ତେ ଆଗକୁ ବଢ଼ିବା ଉପରେ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେବା ସହ ସମସ୍ତଙ୍କର ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି।