ବିଦ୍ୟୁତ କାଟକୁ ନେଇ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବସିଥିବା ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ। ହୋଇଛି। ଉକ୍ତ ବୈଠକରେ ବିଜୁଳି ସମସ୍ୟା ନେଇ ଆଲୋଚନା ହୋଇଛି। ବିଶେଷ କରି କାଳବୈଶାଖୀ ପରେ ପୁନରୁଦ୍ଧାର କାର୍ଯ୍ୟ କିପରି ଶୀଘ୍ର ହୋଇ ପାରିବ ଏବଂ ଯେଉଁଠି ବିଦ୍ୟୁତ ସମସ୍ୟା ହେଉଛି ତାକୁ ତୁରନ୍ତ ସମାଧାନ କରିବା ପାଇଁ ଡିସକମ୍ ମାନଙ୍କୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଥିବା ସୂଚନା ରହିଛି।
କଣ୍ଟ୍ରୋଲ ରୁମକୁ ଗୁରୁତ୍ଵ ଦେଇ ବିଦ୍ୟୁତ ଯୋଗାଇବା ଲାଗି ସେ କହିଛନ୍ତି। ବିଦ୍ୟୁତ କାଟ ସମସ୍ୟାକୁ ଦୂର କରିବା ତତକାଳ ପଦକ୍ଷେପ ନେବାକୁ ଶକ୍ତି ବିଭାଗ ଓ ବିତରଣ କମ୍ପାନିକୁ କହିଛନ୍ତି। ଉଭୟଙ୍କ ମଧ୍ୟରେ ସମନ୍ବୟ ରକ୍ଷା କରି ବିଦ୍ୟୁତ୍ ଯୋଗାଇବାକୁ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ନିର୍ଦ୍ଦେଶ ଦେଇଛନ୍ତି। ସବ ଷ୍ଟେସନ ଓ ଷ୍ଟେସନ ସହ ଯୋଗାଯୋଗ କରି ନିରବଚ୍ଛିନ୍ନ ବିଦ୍ୟୁତ୍ ଯୋଗାଇବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହାଛଡ଼ା ସୋସିଆଲ ମିଡିଆରେ ଆସୁଥିବା ଅଭିଯୋଗକୁ ଗୁରୁତର ସହ ନେଇ ଯଥା ଶୀଘ୍ର ସମାଧାନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଲୋକଙ୍କ କଲ ଆସିଲେ ଆଟେଣ୍ଡ କରିବାକୁ ଓ ପୁନରୁଦ୍ଧାର କାର୍ଯ୍ୟ ଶେଷ କରିବାକୁ କୁହାଯାଇଛି।
Sign in
Sign in
Recover your password.
A password will be e-mailed to you.
