Odia News Portal

ମହାପ୍ରଭୁଙ୍କ ସୁନାବେଶ ପାଇଁ ପ୍ରକ୍ରିୟା ଜାରି

ଆଷ‌ାଢ଼ ଶୁକ୍ଳ ଏକାଦଶୀ ତିଥିରେ ବଡ଼ଦାଣ୍ଡରେ ବିରାଜମାନ ତିନିରଥ ଉପରେ ମହାପ୍ରଭୁଙ୍କ ସୁନାବେଶ(ବଡ଼ତଢ଼ାଉ ବେଶ) ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ବାହୁଡ଼ାଯାତ୍ରା ସାରି ଫେରିବା ପରେ ସିଂହଦ୍ବାରରେ ରଥ ଉପରୁ ଅଗଣିତ ଭକ୍ତଙ୍କୁ ସୁନାବେଶରେ ଦର୍ଶନ ଦେବେ ଚତୁର୍ଦ୍ଧା ବିଗ୍ରହ। ଲକ୍ଷାଧିକ ଭକ୍ତ ମହାପ୍ରଭୁଙ୍କ ସେହି ବିରଳ ବେଶ ‌ଦର୍ଶନ କରିବାକୁ ବଡ଼ଦାଣ୍ଡରେ ଅପେକ୍ଷା କରି ରହିଛନ୍ତି। ବର୍ଷବ୍ୟାପୀ ରତ୍ନବେଦିରେ ସୁନାବେଶରେ ଦର୍ଶନ ଦେଉଥିବା ମହାବାହୁ ମହଣ ମହଣ ରତ୍ନଖଚିତ ସୁବର୍ଣ୍ଣ ଅଳଙ୍କାର ପିନ୍ଧି ବଡ଼ଦାଣ୍ଡରେ ଦେବେ ଦର୍ଶନ। ସୁନାର କିରିଟ, କୁଣ୍ଡଳ, ରତ୍ନଖଚିତ ଘାଗଡ଼ା ମାଳି, ବାହାଡ଼ା ମାଳି, ତାବିଜ ମାଳି, ହରିଡ଼ା କଦମ୍ୱ ମାଳି, ବାଘନଖୀ ମାଳି, ସେବତୀ ମାଳି, ହଳମୁଷଳ, ଚକ୍ର, ତିଳକ, ଆଡ଼କାନି, ଚନ୍ଦ୍ର-ସୂର୍ଯ୍ୟ, ଅଳକା, ଓଡ଼ିଆଣୀ, ଚନ୍ଦ୍ରିକା, ତଡ଼ଗି ଆଦି ଆଭୂଷଣରେ ହେବେ ଆଭୂଷିତ।