Odia News Portal

ରାଜ୍ୟରେ ଆଗାମୀ ୫ ଦିନ ଯାଏ ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା

ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଥିବା ବେଳେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାକୁ ଥିବାରୁ, ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷାର ପରିମାଣ ବଢ଼ିବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ଓଡ଼ିଶା ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ପ୍ରଭାବରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛ। ତେବେ ରାଜ୍ୟରେ ଆଗାମୀ ୫ଦିନ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଓ ଅତିପ୍ରବଳ ବର୍ଷା ହେବାର ସମ୍ଭବନା ରହିଛି।। ଏ ନେଇ ପ୍ରବଳବର୍ଷା ସମ୍ଭାବନା ଥିବା ଜିଲ୍ଲାଗୁଡ଼ିକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ଅତି ପ୍ରବଳବର୍ଷା ସମ୍ଭାବନା ଥିବା ଜିଲ୍ଲାଗୁଡିକ ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।
ଏହି ପରିପ୍ରେକ୍ଷୀରେ ୨୦ ତାରିଖ ପାଇଁ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡିକ ହେଲା- ନବରଙ୍ଗପୁରର, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ସମ୍ବଲପୁର, ବୌଦ୍ଧ, ଅନୁଗୁଳ, ନୟାଗଡ଼, ଖୋର୍ଦ୍ଧା ଓ ପୁରୀ । ଅତି ପ୍ରବଳବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡ଼ି ହେଉଛି – ଗଜପତି, ଗଞ୍ଜାମ, ମାଲକାନାଗିରି ଓ କୋରାପୁଟ ।