ହାଇକୋର୍ଟରେ ଏଏସଓ ପରୀକ୍ଷା ମାମଲାରେ ଶୁଣାଣି । ମେଧା ତାଲିକାରେ ସ୍ଥାନ ପାଇଥିବା ଆଶାୟୀଙ୍କୁ ଝଟକା । ଦାଖଲ ରିଟ୍ ପିଟିସନ ଓ ରିଭ୍ୟୁ ପିଟିସନ ଖାରଜ ହୋଇଛି । ପୂର୍ବ ରାୟକୁ ହାଇକୋର୍ଟ କାଏମ ରଖିଛନ୍ତି । ପୂର୍ବରୁ ମେଧା ତାଲିକାକୁ ହାଇକୋର୍ଟ ଖାରଜ କରିଥିଲେ । ବିଷୟଭିତ୍ତିକ ସର୍ବନିମ୍ନ ମାର୍କ ନିୟମ ଲାଗୁ କରାଯିବା ନିଯୁକ୍ତି ନିୟମ ଅନୁସାରେ ଗ୍ରହଣୀୟ ନୁହେଁ ।
ଓଡ଼ିଶା ସେକ୍ରେଟାରିଏଟ ଆଣ୍ଡ କଣ୍ଡିସନ୍ସ ଅଫ୍ ସର୍ଭିସ ଅଫ୍ ଏଏସଓ ରୁଲ୍ସ, ୨୦୧୬ର ଉଲ୍ଲଂଘନ କରି ବିଷୟ ଭିତ୍ତିକ ସର୍ବନିମ୍ନ ମାର୍କ ବ୍ୟବସ୍ଥା ଲାଗୁ କରାଯାଇଥିବାରୁ ପ୍ରକାଶିତ ମେଧା ତାଲିକା ରଦ୍ଦ କରାଯାଉଛି ବୋଲି ହାଇକୋର୍ଟଙ୍କ ରାୟରେ ଉଲ୍ଲେଖ କରାଯାଇଛି । ଏଥି ସହିତ ୨୦୧୬ର ରୁଲ୍ସ ପାଳନ କରି ସାନି ମେଧା ତାଲିକା ୨ ମାସ ଭିତରେ ପ୍ରକାଶ କରିବାକୁ ହାଇେକାର୍ଟ ନିର୍ଦ୍ଦେଶ ଦେଇଥିଲେ ।
ମାମଲାର ବିବରଣୀରୁ ପ୍ରକାଶ ଯେ, ୭୯୬ ଏଏସଓ ପଦ ପାଇଁ ୨୦୨୨, ଅଗଷ୍ଟ ୨୭ ତାରିଖରେ ଲିଖିତ ପରୀକ୍ଷା ହୋଇଥିଲା। ମୋଟ୍ ୧ଲକ୍ଷ ୪୮ହଜାର ୮୮୮ଜଣ ପ୍ରାର୍ଥୀ ପରୀକ୍ଷା ଦେଇଥିଲେ। ଆରମ୍ଭରୁ ବିବାଦରେ ରହିଥିବା ଏଏସଓ ପରୀକ୍ଷାକୁ ନେଇ କେତେକ ପ୍ରାର୍ଥୀ ଧାରଣା ଦେଇଥିଲେ। ଏ ନେଇ ପୂର୍ବରୁ ହାଇକୋର୍ଟରେ ଏକାଧିକ ମାମଲା ଦାୟର ହୋଇଥିଲା। ହାଇକୋର୍ଟଙ୍କ ନଭେମ୍ବର ୧୪ର ରାୟ ଅନୁସାରେ୨୦୧୬, ସେପ୍ଟେମ୍ବର ୩ର ବିଜ୍ଞପ୍ତି ଓପିଏସି ପରୀକ୍ଷାଫଳ ପ୍ରକାଶ କରିଥିଲା ।
ସେମାନଙ୍କ ଭିତରୁ ୧୧୦୪ଜଣ ଲିଖିତ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ନେଇ ୨୦୨୨, ନଭେମ୍ବର ୭ରେ ଓପିଏସସି ବିଜ୍ଞପ୍ତି ପ୍ରକାଶ କରିଥିଲା । ଏହି ତାଲିକାରେ ସ୍ଥାନ ପାଇଥିବା ପ୍ରାର୍ଥୀଙ୍କୁ ସାର୍ଟିଫିକେଟ/ନଥିପତ୍ର ଯାଞ୍ଚ ଓ କମ୍ପ୍ୟୁଟର ସ୍କିଲ ଟେଷ୍ଟ ପାଇଁ ଡକାଯାଇଥିଲା । କିନ୍ତୁ ଏହା ପରେ ମଧ୍ୟ ଏଏସଓ ନିଯୁକ୍ତି ପ୍ରକ୍ରିୟାର ବିବାଦ ପଛ ଛାଡି ନଥିଲା । ଏଏସଓ ପରୀକ୍ଷାରେ ନିୟମ ଉଲ୍ଲଂଘନ ହୋଇଛି। ନିୟମ ଅନୁସାରେ ମେଧା ତାଲିକା ପ୍ରସ୍ତୁତ କରାଯାଇ ନାହିଁ ବୋଲି ଅଭିଯୋଗ ହୋଇଥିଲା ।
Sign in
Sign in
Recover your password.
A password will be e-mailed to you.