ପୁରୀ: ପୁରୀରେ ବିଜେପିର ଜନଜାତି ରାଷ୍ଟ୍ରୀୟ ମହାଅଧିବେଶନ ଆଜିଠୁ ଆରମ୍ଭ ହୋଇଛି। ଦୁଇ ଦିନ ଧରି ଚାଲିବାକୁ ଥିବା ଏହି ଅଧିବେଶନକୁ ବିଜେପି ଏସ୍ଟି ମୋର୍ଚ୍ଚାର ରାଷ୍ଟ୍ରୀୟ ଅଧ୍ୟକ୍ଷ ରାମବିଚାର ନେତାମ୍ ଉଦ୍ଘାଟନ କରିଛନ୍ତି। କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ୍ଙ୍କ ସହ ଦେଶର ପ୍ରମୁଖ ଆଦିବାସୀ ନେତା, ମନ୍ତ୍ରୀ, ବିଧାୟକ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଏହି ଅଧିବେଶନରେ ଯୋଗ ଦେଇଛନ୍ତି।
ଆସନ୍ତାକାଲି ପୁରୀରେ ଆଦିବାସୀ ଅଧିକାର ସମାବେଶରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ ଯୋଗ ଦେବେ। ଏହି ଅବସରରେ ଲକ୍ଷାଧିକ ଆଦିବାସୀ ଯୋଗ ଦେଇ ନିଜ ଅଧିକାର ଓ ସୁରକ୍ଷା ପାଇଁ ଦାବି କରିବା ସହିତ ରାଜ୍ୟ ସରକାରଙ୍କ ଜନଜାତି ବିରୋଧୀ ନୀତିକୁ ବିରୋଧ କରିବେ ବୋଲି ବିଜେପି ପକ୍ଷରୁ କୁହାଯାଇଛି।
