Odia News Portal

୨୪ ଘଣ୍ଟା ମଧ୍ୟରେ ୨୬ ଜିଲ୍ଲାରେ ଝଡ଼ବର୍ଷା ସହ ୧୦ ଜିଲ୍ଲାରେ ପ୍ରବଳ ବର୍ଷା

ଉତ୍ତର- ପୂର୍ବ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନ ଠାରୁ ୫.୮ କିଲୋମିଟର ଉଚ୍ଚତାରେ ରହିଛି। ଏହାର ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଉତ୍ତର ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ରହିଛି ବୋଲି ଆଜି ଅପରାହ୍ନରେ ଜାରି ସତର୍କ ସୂଚନାରେ କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର।

ପାଣିପାଗ ବିଶେଷଜ୍ଞଙ୍କ ସୂଚନା ଅନୁଯାୟୀ, ଏହାର ପ୍ରଭାବରେ ଆସନ୍ତା ୫ ଦିନ ଧରି ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ଦୁଇ ଦିନ ମଧ୍ୟରେ ବଜ୍ରପାତ ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ବଜ୍ରପାତରୁ ରକ୍ଷା ପାଇବା ପାଇଁ ବଜ୍ରପାତ ସମୟରେ ସୁରକ୍ଷିତ ଆଶ୍ରୟ ନେବାକୁ ପରାମର୍ଶ ଦିଆଯାଇଛି।
ଏହି ପରିପ୍ରେକ୍ଷୀରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୪ ସେପ୍ଟେମ୍ବର, ସୋମବାର ଅପରାହ୍ନ ମଧ୍ୟରେ ରାଜ୍ୟର ଅନୁଗୁଳ, ଢେଙ୍କାନାଳ, କଳାହାଣ୍ଡି, ବୌଦ୍ଧ ଓ କନ୍ଧମାଳ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା (୭ରୁ ୨୦ ସେମି) ହେବାର ସମ୍ଭାବନା ରହିଛି।