Odia News Portal

କିଛି ଘଣ୍ଟାରେ ବାତ୍ୟାର ରୂପ ନେଇପାରେ ଗଭୀର ଅବପାତ

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଆଗାମୀ କିଛି ଘଣ୍ଟା ମଧ୍ୟରେ ବାତ୍ୟାର ରୂପ ନେଇପାରେ। ବାତ୍ୟାର ରୂପ ନେବା ପରେ ଏହା ବାଂଲାଦେଶ ଆଡ଼କୁ ଅଗ୍ରସର ହେବ ବୋଲି ପୂର୍ବାନୁମାନ କରାଯାଇଛି। ସମ୍ଭାବ୍ୟ ବାତ୍ୟାର ନାଁ ‘ହାମୁନ’ ରଖାଯାଇଛି । ୨୫ ତାରିଖରେ ସମ୍ଭାବ୍ୟ ବାତ୍ୟା ଖେପୁପରା ଓ ଚିଟ୍ଟାଗଙ୍ଗ ମଧ୍ୟରେ ଉପକୂଳ ଛୁଇଁବାର ସମ୍ଭାବନା ରହିଛି ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଏହାର ପ୍ରଭାବରେ ଉପକୂଳବର୍ତ୍ତୀ ଓଡ଼ିଶା ଓ ପଡ଼ୋଶୀ ପଶ୍ଚିମବଙ୍ଗରେ ଆଜିଠୁୁ ୨୫ ତାରିଖ ଯାଏଁ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ସମ୍ଭାବନା ରହିଛି।

ସେହିଭଳି ଆଜି କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ଏବଂ ୨୪ ଓ ୨୫ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ ଓ ଢେଙ୍କାନାଳ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ବର୍ଷା ହେବାର ସମ୍ଭାବନା ରହିଛି। ୨୪ ତାରିଖରେ ଉପକୂଳବର୍ତ୍ତୀ ଓଡ଼ିଶା ଓ ସନ୍ନିକଟ ପଶ୍ଚିମବଙ୍ଗରେ ଘଣ୍ଟାପ୍ରତି ୪୫ରୁ ୫୫ କିମି ଓ ବେଳେ ବେଳେ ୬୫ କିମି ବେଗରେ ମଧ୍ୟ ପବନ ବହିବା ନେଇ ଆଇଏମଡି ସୂଚନା ଦେଇଛି ।