ରାଉରକେଲା ଗସ୍ତରେ ଆସି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସେକ୍ଟର-୧୩ ମେଳଣ ପଡ଼ିଆରେ ନିର୍ବାଚନୀ ସଭାରେ ଉଦ୍ବୋଧନ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଭୁବନେଶ୍ବରରୁ ସ୍ବତନ୍ତ୍ର ବିମାନରେ ବାହାରି ପୂର୍ବାହ୍ନ ସାଢ଼େ ୧୧ଟାରେ ରାଉରକେଲାରେ ବିମାନବନ୍ଦରରେ ପହଞ୍ଚି ସେଠାରୁ ସିଧାସଳଖ ସଭାସ୍ଥଳକୁ ଆସିଥିଲେ। ମୁଖ୍ୟମନ୍ତ୍ରୀ ବିଶାଳ ନିର୍ବାଚନୀ ଜନସମାବେଶକୁ ସମ୍ବୋଧିତ କରିଛନ୍ତି। ସେ କହିଛନ୍ତି ସୁଶାସନ ଓଡ଼ିଶାର ଏକ ନୂଆ ପରିଚୟ ସୃଷ୍ଟି କରିପାରିଛି। ସ୍ୱାସ୍ଥ୍ୟ, ଶିକ୍ଷା, ମହିଳା ଓ ଶିଶୁ ବିକାଶ, ଗମନାଗମନ, ଯୁବକ, ଶ୍ରମିକ, ବରିଷ୍ଠ ନାଗରିକ ପାଇଁ ଏକାଧିକ ଯୋଜନା କରାଯାଇଛି। କେନ୍ଦ୍ର କେବଳ କଥା କହେ। ଆମ ସରକାର କାମରେ ବିଶ୍ୱାସ କରେ। ଭିକେ ପାଣ୍ଡିଆନ କହିଛନ୍ତି ପୁନର୍ବାର ଷଷ୍ଠ ଥର ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି।
