Odia News Portal

୨୦ରେ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ; ଆଜି ସରିବ ପ୍ରଚାର

ଆସନ୍ତା ୨୦ ତାରିଖରେ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ। ଏଥିପାଇଁ ଆଜି ସରୁଛି ପ୍ରଚାର। ଶେଷଦିନରେ ତିନି ପ୍ରମୁଖ ଦଳ ପ୍ରଚାରକୁ ଜୋରଦାର କରିବେ। ଦ୍ୱିତୀୟ ପର୍ଯ୍ୟାୟରେ ପ୍ରଦୀପ ପୁରୋହିତ, ସଙ୍ଗୀତା ସିଂଦେଓ, ଜୁଏଲ ଓରାମ, ଅଚ୍ୟୁତ ସାମନ୍ତ, ବିକ୍ରମ କେଶରୀ ଆରୁଖ, ସୁଶାନ୍ତ ସିଂ, କଳିକେଶ ସିଂଦେଓ, ନିରଂଜନ ପୂଜାରୀ, ପଦ୍ମନାଭ ବେହେରା, ପ୍ରଦୀପ ଅମାତଙ୍କ ଭଳି ହେଭିୱେଟ ଅଛନ୍ତି। ଦ୍ୱିତୀୟ ପର୍ଯ୍ୟାୟରେ ୫ ସଂସଦୀୟ କ୍ଷେତ୍ର ଏବଂ ତତ୍ ଅଧୀନରେ ଆସୁଥିବା ୩୫ ଆସନରେ ମତଦାନ ହେବ।

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପ୍ରଚାରର ଶେଷଦିନରେ ଓଡ଼ିଶାରେ ପ୍ରଚାର କରିବେ ବହୁ କେନ୍ଦ୍ରୀୟ ନେତା। କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଆଜି ସୁନ୍ଦରଗଡ଼ ବଣାଇ ଓ ରାଜଗାଙ୍ଗପୁରରେ ଜନସଭାକୁ ସମ୍ବୋଧନ କରିବାର କାର୍ୟ୍ୟକ୍ରମ ରହିଛି।