ଭୁବନେଶ୍ବର : ଆଜି ଓଡ଼ିଶା ଆସୁଛନ୍ତି ମୁଖ୍ୟ ନିର୍ବାଚନ କମିଶନ ସୁନୀଲ ଆରୋରା । ୨୦୧୯ ସାଧାରଣ ନିର୍ବାଚନ ପ୍ରସ୍ତୁତି ନେଇ ମୁଖ୍ୟ ନିର୍ବାଚନ କମିସନ ଆଜି ଓଡ଼ିଶା ଗସ୍ତରେ ଆସିବେ। ଆଜି ଠାରୁ ୧୫ ତାରିଖ ୩ ଦିନ ପର୍ଯ୍ୟନ୍ତ ଭୁବନେଶ୍ବରରେ ନିର୍ବାଚନ ପ୍ରସ୍ତୁତି ନେଇ ସମୀକ୍ଷା କରିବେ। ୧୪ ତାରିଖରେ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ପୃଥକ ଭାବେ ଆଲୋଚନା କରିବା ସହ ଜିଲ୍ଲାସ୍ତରର ନିର୍ବାଚନ ଅଧିକାରୀ, ଏସପି, ପୋଲିସ ଆଇଜି ଓ ୩ ରାଜସ୍ବ ଆୟୋଗଙ୍କ ସମେତ ବରିଷ୍ଠ ଅଧିକାରୀଙ୍କ ସହ ନିର୍ବାଚନ ପ୍ରସ୍ତୁତି ନେଇ ସମୀକ୍ଷା କରିବେ। ଏହାସହିତ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରେ ନିର୍ବାଚନ ପ୍ରସ୍ତୁତି ନେଇ ମଧ୍ୟ କମିସନ ଅନୁଧ୍ୟାନ କରିବା ସହ ପୋଲିସ ନୋଡାଲ ଅଫିସର ଓ କେନ୍ଦ୍ରୀୟ ଅର୍ଦ୍ଧ ସାମରିକ ବାହିନୀ ମୁଖ୍ୟଙ୍କ ସହ ଆଲୋଚନା କରିବା କାର୍ଯ୍ୟକ୍ରମ ରହିଛି।
