Odia News Portal

୨୦୧୯ ନିର୍ବାଚନ ଲାଗି ଓଡ଼ିଶା ଆସୁଛନ୍ତି ମୁଖ୍ୟ ନିର୍ବାଚନ କମିସନର

ସାଧାରଣ ନିର୍ବାଚନ ପ୍ରସ୍ତୁତିର ସମୀକ୍ଷା କରିବାକୁ ଆଜି ଓଡ଼ିଶା ଆସୁଛନ୍ତି ମୁଖ୍ୟ ନିର୍ବାଚନ କମିସନର । ଆସନ୍ତା ୧୪ ଓ ୧୫ ତାରିଖରେ ବିଭିନ୍ନ ସରକାରୀ ଅଧିକାରୀଙ୍କଠାରୁ ଆରମ୍ଭ କରି ରାଜନୈତିକ ଦଳଗୁଡ଼ିକ ସହ ଆଲୋଚନା କରିବେ ମୁଖ୍ୟ ନିର୍ବାଚନ କମିସନର ସୁନୀଲ ଆରୋରା। ଆଜି ସଂଧ୍ୟାରେ ସେ ଭୁବନେଶ୍ୱରରେ ପହଞ୍ଚିବେ ବୋଲି ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁରେନ୍ଦ୍ର କୁମାର।
ଏଥିସହ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ୟ୍ୟାଳୟରେ ନିର୍ବାଚନ ପ୍ରସ୍ତୁତି ନେଇ ମଧ୍ୟ କମିସନ ଅନୁଧ୍ୟାନ କରିବା ସହ ପୁଲିସ ନୋଡାଲ ଅଫିସର ଓ କେନ୍ଦ୍ରୀୟ ଅର୍ଦ୍ଧ ସାମରିକ ବାହିନୀ ମୁଖ୍ୟଙ୍କ ସହ ଆଲୋଚନା କରିବା କାର୍ୟ୍ୟକ୍ରମ ରହିଛି।