Odia News Portal

କେନ୍ଦ୍ର ମନ୍ତ୍ରୀ ଜୁଏଲ ଓରାମ ଅସୁସ୍ଥ

ଭୁବନେଶ୍ବର : କେନ୍ଦ୍ର ମନ୍ତ୍ରୀ ଜୁଏଲ ଓରାମ ଅସୁସ୍ଥ ହୋଇ ପଡ଼ିଛନ୍ତି। ତାଙ୍କୁ ଦିଲ୍ଲୀର ରାମ ମନୋହର ଲୋହିଆ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେ ନିଃଶ୍ବାସ ନେବାରେ କଷ୍ଟ ଅନୁଭବ କରୁଥିଲେ। ଆଜି ଏସଟି କମିଶନର ମିଟିଂ ଚାଲିଥିବାବେଳେ ସେ ହଠାତ୍ ଅସୁସ୍ଥ ହୋଇପଡ଼ିଥିଲେ। ସେଠାରୁ ତୁରନ୍ତ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଏବେ ତାଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଘଟିଥିବା ଡାକ୍ତରମାନେ ସୂଚନା ଦେଇଛନ୍ତି। ଜୁଏଲ ଓରାମଙ୍କୁ ୬୦ବର୍ଷ ବୟସ ହୋଇଛି।