ଅଭିଯୋଗ ଶୁଣୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ୟୁନିଟ୍-୨ରେ ଅଭିଯୋଗ ଶୁଣୁଛନ୍ତି ମୁଖ୍ୟମନ୍ତ୍ରୀ । ପଞ୍ଜିକରଣ କରିଛନ୍ତି ହଜାରରୁ ଅଧିକ ଲୋକ । ତେବେ ମୁଖ୍ୟମନ୍ତ୍ରୀଙ୍କ ସହ ଉପସ୍ଥିତ ଅଛନ୍ତି ୬ ମନ୍ତ୍ରୀ । ୟୁନିଟ-୨ ସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣୁଛନ୍ତି । ଏହି ନୂତନ ଅଭିଯୋଗ ପ୍ରକୋଷ୍ଠରେ ଏକା ସଙ୍ଗେ ଏକ ହଜାର ଲୋକ ଏକତ୍ରିତ ହେବା ଭଳି ବ୍ୟବସ୍ଥା କରାଯାଇଛି । ଅଭିଯୋଗକାରୀ ଯେପରି କୌଣସି ସମସ୍ୟାର ସମ୍ମୁଖୀନ ନହୁଅନ୍ତି ସେଥିପାଇଁ ଆବଶ୍ୟକୀୟ ଭିତ୍ତିଭୂମି ବ୍ୟବସ୍ଥା କରାଯାଇଛି ।
ଦୀର୍ଘ ୩୦ ବର୍ଷ ପରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠକୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଇଛି । ଦୀର୍ଘ ୨୪ ବର୍ଷ ଧରି ମୁଖ୍ୟମନ୍ତ୍ରୀଙ୍କ ପାଇଁ ସ୍ଥିରୀକୃତ ହୋଇଥିବା କ୍ୱାଟର୍ସରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରହୁନଥିବାରୁ ଅଭିଯୋଗ ପ୍ରକୋଷ୍ଠକୁ ନେଇ କୌଣସି ସମସ୍ୟା ହୋଇନଥିଲା । ଏପରିକି ସରକାର ବଦଳିବା ପରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠକୁ ଅଧିକ ବ୍ୟବସ୍ଥିତ କରିବା ପାଇଁ ଏହାର ନବୀକରଣ କରାଯାଇଥିଲା । କିନ୍ତୁ ଏବେ ତାହାର ଠିକଣା ବଦଳିଛି ।