Odia News Portal

ବଦଳିଲା ସାବିତ୍ରୀ ଅମାବାସ୍ୟା ଛୁଟି : ୨୭ ତାରିଖ ପରିବର୍ତ୍ତେ ୨୬ ତାରିଖରେ ସରକାରୀ ଛୁଟି

ସାବିତ୍ରୀ ଅମାବାସ୍ୟା ପାଇଁ ସରକାରୀ ଛୁଟିକୁ ମେ ୨୭ ତାରିଖ ପରିବର୍ତ୍ତେ ମେ ୨୬ ତାରିଖରେ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏ ସମ୍ପର୍କିତ ପ୍ରସ୍ତାବକୁ  ମଧ୍ୟ ଅନୁମୋଦନ ଦେଇଛନ୍ତି  ।  ସୂଚନା ଯୋଗ୍ୟ ଯେ, ଚଳିତ ବର୍ଷ ସାବିତ୍ରୀ ଅମାବାସ୍ୟା ପାଇଁ ସରକାରୀ ଛୁଟି ମେ ମାସ ୨୭ ତାରିଖକୁ ସ୍ଥିରୀକୃତ ହୋଇଥିଲା  ।  ତେବେ ପୁରୀ ମୁକ୍ତି ମଣ୍ଡପ ସହିତ ଅନ୍ୟାନ୍ୟ ଧାର୍ମିକ ଅନୁଷ୍ଠାନ ଓ ପଞ୍ଜିକା ଗଣନକାରୀ ଅନୁଷ୍ଠାନ ମାନଙ୍କ ସହିତ ଯୋଗାଯୋଗ ପରେ ଏହା ଜଣାଯାଇଛି ଯେ, ୨୬ ତାରିଖରେ ହିଁ ସାବିତ୍ରୀ ଅମାବାସ୍ୟା ପାଳନ କରାଯିବ । ତେଣୁ ଛୁଟି ତାରିଖକୁ ପରିବର୍ତ୍ତନ କରାଯାଇଛି  ।