Odia News Portal

ଦଳାଚକଟା ଘଟଣାରେ ବଡ଼ କାର୍ଯ୍ୟାନୁଷ୍ଠାନ, ବଦଳିଲେ ପୁରୀ ଜିଲ୍ଲାପାଳ ଓ ଏସ୍‌ପି

ପୁରୀ ଶରଧାବାଲି ଅଘଟଣା ଘଟଣାରେ ରାଜ୍ୟ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ । ବଦଳିଲେ ପୁରୀ ଜିଲ୍ଲାପାଳ ଓ ଏସ୍‌ପି । ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁଙ୍କ ସ୍ଥାନରେ ନୂଆ ଜିଲ୍ଲାପାଳ ହେଲେ ଚଞ୍ଚଲ ରାଣା । ସେହିପରି ଏସ୍‌ପି ଭିନୀତ୍‌ ଅଗ୍ରୱାଲଙ୍କ ସ୍ଥାନରେ ନୂଆ ଏସ୍‌ପି ଭାବେ ପିନାକ ମିଶ୍ରଙ୍କୁ ଦାୟିତ୍ୱ ଦିଆଯାଇଛି । ଏହା ସହିତ DCP ବିଷ୍ଣୁ ପତି ଓ କମାଣ୍ଡାନ୍ଟ ଅଜୟ ପାଢୀଙ୍କୁ ଦାୟିତ୍ବରେ ଅବହେଳା ଅଭିଯୋଗ ଯୋଗୁଁ ନିଲମ୍ବିତ କରାଯାଇଛି ।
ଅନ୍ୟପଟେ ଏହି ଦଳାଚକଟା ଘଟଣାରେ ମୃତ୍ୟୁବରଣ କରିଥିବା ଭକ୍ତ ମାନଙ୍କ ପରିବାର ବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇବା ସହିତ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ୨୫ ଲକ୍ଷ ଟଙ୍କା ଲେଖାଏଁ ଆର୍ଥିକ ସହାୟତା ରାଶି ଘୋଷଣା କରିଛନ୍ତି । ସେହିପରି ଏହି ଘଟଣାର ସଂପୂର୍ଣ୍ଣ ପ୍ରଶାସନିକ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଏହି ତଦନ୍ତ କରାଯିବ। ଉଚ୍ଚ ଶିକ୍ଷା ବିଭାଗ ଅରବିନ୍ଦ ଅଗ୍ରୱଲଙ୍କୁ ରଥ ପରିଚାଳନା ଦାଇତ୍ୱ ଦଆଯାଇଛି ।