ଆସନ୍ତା ୧୪ ତାରିଖରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କର ଦୁଇଦିନିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ରହିଛି। ୧୪ ତାରିଖ ଅପରାହ୍ଣରେ ନୂଆଦିଲ୍ଲୀରୁ ସ୍ୱତନ୍ତ୍ର ବାୟୁସେନା ବିମାନ ଯୋଗେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ। ୨ ଦିନ ଧରି ଭୁବନେଶ୍ୱର ସମେତ କଟକରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦାନ କରି ଜୁଲାଇ ୧୫ ତାରିଖ ସନ୍ଧ୍ୟାରେ ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ। ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତରେ ଏକ ପ୍ରସ୍ତୁତି ବୈଠକ ଲୋକସେବା ଭବନରେ ଅନୁଷ୍ଠିତ ହୋଇଯାଇଛି।
୧୪ ତାରିଖ ସନ୍ଧ୍ୟାରେ ରାଷ୍ଟ୍ରପତି ଏମ୍ସ ଭୁବନେଶ୍ୱରର ୫ମ ସମାବର୍ତ୍ତନ ସମାରୋହରେ ଯୋଗ ଦେବେ। ୧୫ ତାରିଖ ପୂର୍ବାହ୍ନରେ ରେଭେନ୍ସା ବିଶ୍ୱବିଦ୍ୟାଳୟର ତ୍ରୟୋଦଶ ବାର୍ଷିକ ସମାବର୍ତ୍ତନ ଉତ୍ସବରେ ଯୋଗ ଦେବା ପରେ କଟକ ରେଭେନ୍ସା ବାଳିକା ଉଚ୍ଚବିଦ୍ୟାଳୟ ଉନ୍ନତୀକରଣ କାର୍ଯ୍ୟର ଭିତ୍ତିପ୍ରସ୍ତର ସ୍ଥାପନ କରିବେ। ସେହିଦିନ କଟକରେ ଶାରଳା ସାହିତ୍ୟ ସଂସଦ ପକ୍ଷରୁ ଆୟୋଜିତ ଆଦିକବି ଶାରଳା ଦାସଙ୍କ ୬୦୦ତମ ଜୟନ୍ତୀରେ ମୁଖ୍ୟ ଅତିଥି ଭାବେ ଯୋଗଦାନ କରିବା ସହ ‘କଳିଙ୍ଗ ରତ୍ନ ପୁରସ୍କାର-୨୦୨୪’ ପ୍ରଦାନ କରିବେ। ବୈଠକରେ ଉନ୍ନୟନ କମିସନର ଅନୁ ଗର୍ଗ, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ପୁଲିସ ମହାନିର୍ଦ୍ଦେଶକ ୱାଇ ବି ଖୁରାନିଆଙ୍କ ସମେତ ବିଭିନ୍ନ ବିଭାଗର ସଚିବ, କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ, କଟକ ଓ ଖୋର୍ଦ୍ଧା ଜିଲ୍ଲାପାଳ ଯୋଗ ଦେଇଥିଲେ।
Sign in
Sign in
Recover your password.
A password will be e-mailed to you.