Odia News Portal

ନାରୀମାନଙ୍କ ସୁରକ୍ଷା ପାଇଁ ବଢିଲା କଟକଣା : ଅପରାହ୍ନ ସାଢ଼େ ୫ଟା ପରେ କାମ କରିବେନି କୌଣସି ମହିଳା କର୍ମଚାରୀ

 ଏଫ୍‌ଏମ୍‌ କଲେଜ ଛାତ୍ରୀ ଆତ୍ମାହୁତି ପରେ ମହିଳା ସୁରକ୍ଷାକୁ ଗୁରୁତ୍ବ ଦିଆଯାଉଛି । ବିଭିନ୍ନ ଶିକ୍ଷାନୁଷ୍ଠାନରେ ଛାତ୍ରୀ ଓ ମହିଳା କର୍ମଚାରୀଙ୍କ ସୁରକ୍ଷାକୁ ନେଇ ବିଭିନ୍ନ ପଦକ୍ଷେପ ନିଆଯାଉଛି  ।  ମହିଳା କର୍ମଚାରୀ ଓ ଛାତ୍ରୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ରେଭେନ୍ସା ବିଶ୍ଵବିଦ୍ୟାଳୟ ପକ୍ଷରୁ ନୂଆ ନିଷ୍ପତ୍ତି ନିଆଯାଇଛି  ।  ଅପରାହ୍ନ ସାଢ଼େ ୫ଟା ପରେ କୌଣସି ମହିଳା କର୍ମଚାରୀ କିମ୍ବା ରିସର୍ଚ୍ଚର ଅଫିସରେ କାମ କରିବେ ନାହିଁ  ।  ଅତି ଜରୁରୀ ସ୍ଥିତିରେ ବିଭାଗୀୟ ମୁଖ୍ୟଙ୍କ ଅନୁମତି ନେଇ କାମ କରିପାରିବେ । ଗତକାଲି ରେଭେନ୍ସା ଆଣ୍ଟି ରାଗିଂ କମିଟିର ବୈଠକରେ ଏଭଳି ନିଷ୍ପତି ହୋଇଛି  ।  ମହିଳା କର୍ମଚାରୀ ଓ ଛାତ୍ରୀଙ୍କ ସୁରକ୍ଷା ପାଇଁ ଆଣ୍ଟି ରାଗିଂ କମିଟି, ଆଣ୍ଟି ରାଗିଂ ସ୍କ୍ୱାର୍ଡ, ଆଣ୍ଟି ରାଗିଂ ସେଲ୍‌ ରହିବ  ।