Odia News Portal

ସୁନା ଏବଂ ରୁପା ଦର

କମିଛି ସୁନା ଏବଂ ରୁପା ଦର । ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜି ସୁନା ଦର ।ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧, ୧୦,୨୯୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୦୧,୧୦୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧, ୧୦,୨୯୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୦୧,୧୦୦ ଟଙ୍କାକୁ ପହଞ୍ଚିଛି ।ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧, ୧୦,୨୯୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୧.୦୧.୧୦୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୧୦,୪୪୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୦୧,୨୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧, ୧୦,୭୩୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧.୦୧.୫୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧, ୧୦,୨୯୦ ଓ ୧.୦୧.୧୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧, ୩୦,୦୦୦ ଟଙ୍କା ହୋଇଛି । ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ । ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ । ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।