Odia News Portal

ବିଧାନସଭା ସମ୍ମୁଖରେ ବିଜେଡିର ଜୋରଦାର ବିକ୍ଷୋଭ, ବ୍ୟାରିକେଡ ଭାଙ୍ଗିଲେ କର୍ମୀ

ବିଧାନସଭା ସମ୍ମୁଖରେ ବିଜେଡିର ଜୋରଦାର ବିକ୍ଷୋଭ ।  ପଞ୍ଚାୟତିରାଜ ବ୍ୟବସ୍ଥାରେ ଜନ ପ୍ରତିନିଧିଙ୍କ କ୍ଷମତାକୁ ସଙ୍କୁଚିତ କରିବା ଅଭିଯୋଗରେ ବିଧାନସଭା ଘେରାଉ କରିଛି ବିଜେଡି । ଲୋୟର ପିଏମଜିରେ ବିଜେଡିର ବରିଷ୍ଠ ନେତା ଓ ପଞ୍ଚାୟତ ପ୍ରତିନିଧି ମାନେ ଏକାଠି ହୋଇ ପ୍ରଥମ ବ୍ୟାରିକେଡ ଭାଙ୍ଗି ଦ୍ୱିତୀୟ ବ୍ୟାରିକେଡ ଭାଙ୍ଗିବାକୁ ପ୍ରୟାସ କରୁଥିବା ବେଳେ ପୋଲିସ ସେମାନଙ୍କୁ ଅଟକାଇଛି । ବ୍ୟାରିକେଡ ଭାଙ୍ଗି ବିଧାନସଭା ଆଡକୁ ଅଗ୍ରସର ହେଉଥିବା ବେଳେ ବିଜେଡି କର୍ମୀ ଓ ପୋଲିସ ମୁହାଁମୁହିଁ ହୋଇଛନ୍ତି । କିଛି ଆନ୍ଦୋଳନକାରୀଙ୍କୁ ପୋଲିସ ଉଠାଇ ନେଇଥିବା ସୂଚନା ମିଳିଛି ।

ସୂଚନା ଅନୁସାରେ ବିକ୍ଷୋଭରେ ସରପଞ୍ଚ, ୱାର୍ଡମେମ୍ବର, ସମିତି ସଭ୍ୟ, ଜିଲ୍ଲା ପରିଷଦ ସଦସ୍ୟ, ବ୍ଲକ ଅଧ୍ୟକ୍ଷ, ଜିଲ୍ଲା ପରିଷଦ ଅଧ୍ୟକ୍ଷ, ଗାଁ ମୁଖିଆ ତଥା ଅନ୍ୟ ଜନ ପ୍ରତିନିଧି ଆନ୍ଦୋଳନରେ ସାମିଲ ହୋଇଛନ୍ତି । ତ୍ରିସ୍ତରୀୟ ପଞ୍ଚାୟତିରାଜ ବ୍ୟବସ୍ଥାରେ ଜନପ୍ରତିନିଧିଙ୍କ କ୍ଷମତାକୁ ସଙ୍କୁଚିତ କରିବା ଅଭିଯୋଗରେ ଘେରାଉ କରିଛି ଦଳ ।  ପଞ୍ଚାୟତ ସମିତି ଆଇନକୁ କ୍ଷୁଣ୍ଣ କରାଯାଇଛି ବୋଲି ଅଭିଯୋଗ କରିଛି ବିଜେଡି ।

ବିଜେପି କର୍ମୀଙ୍କୁ ସୁହାଇଲା ଭଳି ସରକାର ସର୍କୁଲାର ଜାରି କରୁଥିବା ଅଭିଯୋଗ ଆଣିଛି ବିଜେଡି ।  ତ୍ରିସ୍ତରୀୟ ପଞ୍ଚାୟତିରାଜ ବ୍ୟବସ୍ଥାରେ ବିଧି ବ୍ୟବସ୍ଥାକୁ ହନନ ପ୍ରତିବାଦରେ ଆଜି ବିଧାନସଭା ଘେରିବାକୁ ବିଜେଡି ନିଷ୍ପତ୍ତି ନେଇଥିଲା ।