ପିଓକେ ଆତଙ୍କବାଦୀ ଆଡ୍ଡା ଉପରେ ବାୟୁସେନାର ଆକ୍ରମଣକୁ ପ୍ରଶଂସା କରିଛନ୍ତି ମୁଖ୍ୟମନ୍ତ୍ରୀ । ବାୟୁ ସେନାର ଏପରି ସାହସିକତା ପାଇଁ ଧନ୍ୟବାଦ ଜଣାଇବା ସହ ବାୟୁସେନାରେ ପାଇଲଟଙ୍କୁ ସାଲ୍ୟୁଟ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନବୀନ ନିଜ ଟୁଇଟର୍ ଆକାଉଣ୍ଟ୍ରେ ଲେଖିଛନ୍ତି ‘ଆମ ରାଷ୍ଟ୍ରର ପ୍ରତିରକ୍ଷା ଲାଗି ଆଜି ଭୋରରୁ ଆତଙ୍କବାଦୀଙ୍କ ଶିବିର ଉପରେ ଆକ୍ରମଣ କରିଥିବାରୁ ଭାରତୀୟ ବାୟୁସେନାକୁ ସାଲ୍ୟୁଟ୍।’
ପୁଲୱାମା ଆକ୍ରମଣ ପରେ ପାକିସ୍ତାନ ବିରୋଧରେ କଡା କାର୍ୟ୍ୟାନୁଷ୍ଠାନ ନେଇଛି ଭାରତ । ଏଲଓସିରେ ଆତଙ୍କବାଦୀ ଲଂଚ ପ୍ୟାଡ ଉପରେ ଆକ୍ରମଣ କରିଛି ଭାରତୀୟ ବାୟୁସେନା । ପାକ୍ ଅଧିକୃତ କାଶ୍ମୀରରେ ପଶି ଜେଶ-ଏ-ମହମ୍ମଦ ଆତଙ୍କୀ ଆଡ୍ଡା ଉପରେ ଆକ୍ରମଣ କରିଛି ବାୟୁସେନାର ୧୨ଟି ଯୁଦ୍ଧ ବିମାନ । ମିରାଜ-୨୦୦୦ ବିମାନ, ଭୋର ସାଢେ ୩ଟାରେ ପିଓକେରେ ୧ ହଜାର କିଲୋଗ୍ରାମର ବମ୍ ପକାଇ ଆତଙ୍କୀ ଆଡ୍ଡାକୁ ଧ୍ୱଂସ କରିଛି । ଏହି ଆକ୍ରମଣରେ ଜେଶ-ଏ-ମହମ୍ମଦ ଆତଙ୍କୀ ସଂଗଠନର ୩ଟି କଂଟ୍ରୋଲ ରୁମ୍ ଧ୍ୱଂସ ହୋଇଛି ।
ବାଲାକୋଟ୍, ଚକୋଟି ଓ ମୁଜାଫରବାଦ୍ ଲଂଚ ପ୍ୟାଡ୍କୁ ମାଟିରେ ମିଶାଇ ଦେଇଛି ଭାରତୀୟ ବାୟୁସେନା । ଭୋର ୩ଟା ୪୫ରେ ବାଲାକୋଟ୍ ଆତଙ୍କୀ ଆଡ୍ଡାରେ ବୋମା ବର୍ଷା କରିଥିଲା ମିରାଜ୍ ଯୁଦ୍ଧ ବିମାନ । ଏହାର ଠିକ୍ ୩ ମିନିଟ୍ ପରେ ଅର୍ଥାତ୍ ୩ଟା ୪୮ରେ ମୁଜାଫରବାଦ୍ ଲଂଚ ପ୍ୟାଡରେ ହମଲା କରିଥିଲେ ଭାରତୀୟ ସେନା । ମୁଜାଫରବାଦ ଆକ୍ରମଣର ୧୦ ମିନିଟ୍ ପରେ ୩ଟା ୫୮ ମିନିଟରେ ଚକୋଟି ଆତଙ୍କବାଦୀ ଶିବିର ଉପରେ ବମୋ ବର୍ଷା କରିଛି ବାୟୁସେନା ବିମାନ ମିରାଜ-୨୦୦୦ ।
Sign in
Sign in
Recover your password.
A password will be e-mailed to you.