Odia News Portal

ଜୀବନ ଯୁଦ୍ଧରେ ହାରିଗଲେ ହ୍ୟୁମାନ… ଓଡ଼ିଆ ସଙ୍ଗୀତ ଜଗତରେ ଶୋକର ଛାୟା…

ମୃତ୍ୟୁ ସହ ଲଢେଇ କରି କରି ଶେଷରେ ହାରିଗଲେ ହ୍ୟୁମାନ ସାଗର । ଭୁବନେଶ୍ବର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ । କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ପରଲୋକ ପରେ ସଙ୍ଗୀତ ଜଗତରେ ଶୋକର ଛାୟା । ୩୪ ବର୍ଷ ବୟସରେ ହ୍ୟୁମାନଙ୍କ ପରଲୋକକୁ ବିଶ୍ବାସ କରିପାରୁ ନାହାନ୍ତି ଦର୍ଶକ ଏବଂ ପ୍ରଶଂସକ । ଏମିତି ବୟସରେ କିଏ କଣ ଯାଏ ବୋଲି ତାଙ୍କ ସହ କାମ କରୁଥିବା ଏବଂ ଜଡିତ ଥିବା ଲୋକ କହିଛନ୍ତି ।ତେବେ ଓଡ଼ିଆ ଚଳଚ୍ଚିତ୍ର ଓ ଆଲବମ୍‌ରେ ବହୁ ରୋମାଣ୍ଟିକ୍‌ ଗୀତ ଭେଟି ଦେଇଥିବା ହ୍ୟୁମାନ୍‌ ସାଗର ଘରେ ଘରେ ପରିଚିତ । ହ୍ୟୁମାନ୍ ସାଗରଙ୍କ ସ୍ୱାସ୍ଥ୍ୟ ପାଇଁ ପ୍ରାର୍ଥନା କରିଥିଲେ ଲକ୍ଷ ଲକ୍ଷ ଫ୍ୟାନ୍ସ । ଅଧିକ ଚିକିତ୍ସା ଲାଗି ତାଙ୍କୁ ରାଜ୍ୟ ବାହାରକୁ ନେବା ପାଇଁ ଯୋଜନା ରହିଥିଲା । ଏଥିପାଇଁ ରାଜ୍ୟ ସରକାରଙ୍କୁ ସହାୟତା କରିବାକୁ ଆକୁଳ ନିବେଦନ କରିଥିଲେ ତାଙ୍କ ମାଆ ଓ ସ୍ତ୍ରୀ । ହ୍ୟୁମାନଙ୍କ ପରଲୋକ ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକ ପ୍ରକାଶ କରିଛନ୍ତି। ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ବିଷୟରେ ଜାଣି ମୁଁ ଅତ୍ୟନ୍ତ ଦୁଃଖିତ । ତାଙ୍କର ବିୟୋଗ ଆମ ସଙ୍ଗୀତ ଓ ସିନେମା ପାଇଁ ଏକ ଅପୂରଣୀୟ କ୍ଷତି। ଶୋକସନ୍ତପ୍ତ ପରିବାର ପ୍ରତି ମୋର ସମବେଦନା ଜଣାଇବା ସହ ଦିବଙ୍ଗତ ଆତ୍ମାଙ୍କ ଶାନ୍ତି ପାଇଁ ଭଗବାନଙ୍କ ନିକଟରେ ପ୍ରାର୍ଥନା କରୁଛି।