ସୁଶୀଲ ମେହେର ହେବେ କଂସ । ବିଶ୍ବ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବ ପାଇଁ କଂସ ଭୂମିକାରେ ଅଭିନୟ କରିବେ । ୩ ବର୍ଷ ପାଇଁ କଂସ ଭୂମିକାରେ ଅଭିନୟ କରିବେ ବରଗଡ଼ ଜିଲ୍ଲା ଭେଡେନ ବ୍ଲକ ଚିଚିଣ୍ତା ଗ୍ରାମର ସୁଶୀଲ ମେହେର । ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କଳାକାର ସମନ୍ବୟ କମିଟିର ଆବାହକ ତଥା ଅତିରିକ୍ତ ଜିଲ୍ଲାପାଳ ମହେନ୍ଦ୍ର ମହାପାତ୍ର । ୩୫ ଜଣ କଳାକାର ଙ୍କୁ ପଛରେ ପକାଇ ବିଚାରକ ମଣ୍ଡଳୀ ର ହୃଦୟ ଜିଣିଲେ ସୁଶିଲ ମେହେର। ବରଗଡ଼ ଜିଲ୍ଲା ତଥା ଜିଲ୍ଲା ବାହାର ର ଅନେକ ସ୍ଥାନରେ କଂସ , ରାବଣ ଭଳି ବିଭିନ୍ନ ଚରିତ୍ରରେ ଅଭିନୟ କରିଥିଲେ ସୁଦ୍ଧା ପ୍ରଥମ ଥର ବିଶ୍ଵ ପ୍ରସିଦ୍ଧ ବରଗଡ ଧନୁଯାତ୍ରା ମହୋତ୍ସବ ରେ କଂସ ଭୂମିକାରେ ଅଭିନୟ କରିବେ ସୁଶୀଲ ମେହେର । ୪୪ ଜଣ କଳାକାର କଂସ ଭୂମିକା ପାଇଁ ଆବେଦନ କରିଥିବା ବେଳେ ୩୬ ଜଣ କଳାକାର ଅଡିସନ ରେ ଭାଗ ନେଇଥିଲେ ।
