ଆସୁଛି ଆଉ ଏକ ଲଘୁଚାପ! । ୨୨ ତାରିଖ ବେଳକୁ ଦକ୍ଷିଣପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ ସୃଷ୍ଟି ସମ୍ଭାବନା । ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତିକରି ଘନୀଭୂତ ହୋଇ ୨୪ତାରିଖ ବେଳକୁ ଦକ୍ଷିଣବଙ୍ଗୋପସାଗରର କେନ୍ଦ୍ରୀୟ ଅଞ୍ଚଳରେ ଅବପାତର ରୂପ ନେବ । ପରବର୍ତ୍ତୀ ୪୮ଘଣ୍ଟାରେ ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ଏହା ଆହୁରି ଘନୀଭୂତ ହେବା ସମ୍ଭାବନା ରହିଛି ।
