Odia News Portal

ଚିଲିକାରେ ଦିନ ୧୧ଟା ଯାଏଁ ଡଙ୍ଗା ଚଳାଚଳ ବନ୍ଦ, କଟକଣା ଲଗାଇଲେ ପୁରୀ ଜିଲ୍ଲାପାଳ

ଚିଲିକାରେ ଦିନ ୧୧ଟା ଯାଏ ଡଙ୍ଗା ଚଳାଚଳ ବନ୍ଦ । ପ୍ରବଳ କୁହୁଡ଼ି ଯୋଗୁ କଟକଣା ଲଗାଇଲେ ପୁରୀ ଜିଲ୍ଲାପାଳ । ଘନ କୁହୁଡ଼ି ଯୋଗୁ ଦୃଶ୍ୟମାନତା କମ୍ ରହୁଛି। ବାରମ୍ବାର ଦୁର୍ଘଟଣା ଘଟୁଥିବା ଯୋଗୁ ଜିଲ୍ଲାପାଳ ଏହି ନିଷ୍ପତ୍ତି ନେଇଛନ୍ତି । ପୋଲିସ ଓ ସ୍ଥାନୀୟ ପ୍ରଶାସନ କଡ଼ା ନଜର ରଖିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ସ୍ଥାନୀୟ ଲୋକଙ୍କୁ ଡାକବାଜି ଯନ୍ତ୍ରରେ ସଚେତନ କରିବେ ବିଡ଼ିଓ । କଟକଣାକୁ ନମାନିଲେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ। ଗତକାଲି ଭସାପୋଲରୁ ଖସି ଜଣେ ଯାତ୍ରୀଙ୍କ ମୃତ୍ୟୁ ହୋଇଥିଲା ।