Odia News Portal

ଜାନୁଆରୀ ୨୩ରେ ଓଡ଼ିଶା ଆସିବେ ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ

ଜାନୁଆରୀ ୨୩ରେ ଓଡ଼ିଶା ଆସିବେ ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ ।  କଟକରେ ନେତାଜୀ ସୁବାସ ଚନ୍ଦ୍ର ବୋଷଙ୍କ ଜନ୍ମଜୟନ୍ତୀ କାର୍ଯ୍ୟକ୍ରମରେ ଯୋଗ ଦେବେ। ନେତାଜୀଙ୍କ ଜନ୍ମ ଦିବସକୁ ପରାକ୍ରମ ଦିବସ ଭାବେ ପାଳନ କରାଯାଉଛି। ଏହି ଅବସରରେ ନେତାଜୀ ସଂଗ୍ରହାଳୟରେ କଟକ ଜିଲ୍ଲା ପ୍ରଶାସନ ଓ ରାଜ୍ୟ ସଂସ୍କୃତି ବିଭାଗ ପକ୍ଷରୁ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ରହିଛି ।

ଏଥିରେ ଅତିଥି ଭାବେ ଯୋଗଦାନ କରିବାକୁ ସହମତି ପ୍ରଦାନ କରିଛନ୍ତି ଉପରାଷ୍ଟ୍ରପତି ।  ଉପ ରାଷ୍ଟ୍ରପତିଙ୍କ ଗସ୍ତ ପୂର୍ବରୁ ରାଜ୍ୟ ସଂସ୍କୃତି ସଚିବ ନେତାଜୀ ଜନ୍ମସ୍ଥାନ ସଂଗ୍ରହାଳୟ ବୁଲି ସମୀକ୍ଷା କରିଛନ୍ତି ।  ନେତାଜୀ ଜୟନ୍ତୀରେ ଏଥର ପୋଷ୍ଟାଲ ଗ୍ୟାଲେରୀ ସହିତ ଜନ୍ମଜୟନ୍ତୀ ପାଇଁ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ରହିଛି ।  କାର୍ଯ୍ୟକ୍ରମରେ ରାଜ୍ଯପାଳ ହରିବାବୁ କମ୍ଭମପତି ଓ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମଧ୍ୟ ଯୋଗ ଦେବେ ବୋଲି କହିଛନ୍ତି ରାଜ୍ୟ ସଂସ୍କୃତି ସଚିବ ବିଜୟ କେତନ ଉପାଧ୍ୟାୟ ।  ଏହି ଅବସରରେ ନେତାଜୀଙ୍କ ଜୀବନୀ ଉପରେ ସଂସ୍କୃତି ମନ୍ତ୍ରଣାଳୟ ଏବଂ ଲଳିତ କଳା ଏକାଡେମୀ ପକ୍ଷରୁ ଫଟୋ ପ୍ରଦର୍ଶନୀ ହେବାର କାର୍ଯ୍ୟକ୍ରମ ରହିଛି ।