ପବିତ୍ର ଶ୍ରୀପଞ୍ଚମୀରେ ଅନୁକୂଳ ହେବ ରଥକାଠ, ବିଧି ମୁତାବକ ହେବ ପୂଜା By Swadhikar News Last updated Jan 23, 2026 ଆଜି ରଥକାଠ ଅନୁକୂଳ । ପବିତ୍ର ଶ୍ରୀପଞ୍ଚମୀରେ ଅନୁକୂଳ ହେବ ରଥକାଠ । ରଥଯାତ୍ରା ପାଇଁ ବିଧି ମୁତାବକ ତିନିଟି କାଠକୁ ପୂଜା କରାଯିବ । ରଥ ନିର୍ମାଣ ସୃଜନୀ କାର୍ୟ୍ୟ ହୋଇଥିବାରୁ ମା’ ସରସ୍ବତୀଙ୍କ ଆବାହନ କରାଯିବ । ମହାପ୍ରଭୁଙ୍କ ପୂଜାର୍ଚ୍ଚନା କରାଯାଇ ରଥଯାତ୍ରା ନିର୍ବିଘ୍ନ ସମାପନ ପାଇଁ ପ୍ରାର୍ଥନା କରାଯିବ । ରଥ ସଂହିତା ଅନୁଯାୟୀ, ତିନି ରଥ ନିର୍ମାଣ ପାଇଁ ୪୨୬ ଘଣ୍ଡ ଧଉରା, ୩୬୪ ଖଣ୍ଡ ଅସନ, ୭୨ ଖଣ୍ଡ ଫାଶି ଓ ୩ ଖଣ୍ଡ ଶିମିଳି କାଠ, ଏହିପରି ମୋଟ୍ ୮୬୫ ଖଣ୍ଡ କାଠ ଆବଶ୍ୟକ ପଡ଼େ ।ଗତବର୍ଷ ରଥଯାତ୍ରାରେ ୪୭ ଖଣ୍ଡ କାଠ ବଳକା ରହିଥିବା ବେଳେ ଆଉ ମୋଟ ୮୧୮ ଖଣ୍ଡ କାଠ ଆବଶ୍ୟକ ରହିଛି । ରଥ ନିର୍ମାଣ ନିମନ୍ତେ ପ୍ରଥମ ପର୍ୟ୍ୟାୟ କାଠ ବି ଆସି ପୁରୀରେ ପହଞ୍ଚସାରିଛି । ଆଜି ରଥକାଠ ଅନୁକୂଳ ପରେ ଅକ୍ଷୟ ତୃତୀୟାରେ ରଥ ନିର୍ମାଣ କାର୍ୟ୍ୟର ଅନୁକୂଳ ନୀତି ଅନୁଷ୍ଠିତ ହେବ । swadhikarswadhikar news Share