୩ ମାସ ଭିତରେ ପୁରୀ ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି ମଣତି ଶେଷ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ । ୧୯୭୮ ଗଣତି ମଣତି ସହିତ ବର୍ତ୍ତମାନର ଗଣତି ମଣତି ମେଳ କରିବାକୁ ନିର୍ଦ୍ଦେଶ ରହିଛି । ରତ୍ନ ଭଣ୍ଡାର ଚାବି ହଜିବା ପ୍ରସଙ୍ଗରେ ଜଷ୍ଟିସ ରଘୁବୀର ଦାସ କମିଶନ ରିପୋର୍ଟ ବିଧାନସଭାରେ ଉପସ୍ଥାପନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ପରବର୍ତ୍ତୀ ବିଧାନସଭା ଅଧିବେଶନରେ ଉପସ୍ଥାପନ କରିବାକୁ ନିର୍ଦ୍ଦେଶ ରହିଛି । ୩ ମାସ ପରେ ଏ ନେଇ ହାଇକୋର୍ଟରେ କମ୍ପ୍ଲାଏନ୍ସ ରିପୋର୍ଟ ଦାଖଲ କରିବେ ରାଜ୍ୟ ସରକାର ।
