Odia News Portal

କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର, ଦୁଷ୍କର୍ମ ପରେ ହତ୍ୟା ସନ୍ଦେହ

କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର। ଦୁଷ୍କର୍ମ ପରେ ହତ୍ୟା ସନ୍ଦେହ ।  ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ସାରୁଆଳି ଗାଁ ଜଙ୍ଗଲ ନିକଟରୁ ମୃତଦେହ ଠାବ  l  ଭୁବନ ଥାନା ଅଞ୍ଚଳର ଛାତ୍ରୀ କାମାକ୍ଷାନଗର ମହିଳା ମହାବିଦ୍ୟାଳୟରେ ପାଠ ପଢ଼ୁଥିଲେ । ଗତକାଲି କଲେଜରେ ପରୀକ୍ଷା ଦେବାପରେ ଘରକୁ ଫେରିନଥିଲେ l ରାତିରେ ପରିବାର ଲୋକ ବିଭିନ୍ନ ସ୍ଥାନରେ ଖୋଜାଖୋଜି କରିଥିଲେ। ଆଜି ସକାଳୁ ଛାତ୍ରୀଙ୍କ ମୃତଦେହ ସାରୁଆଳି ଜଙ୍ଗଲ ଭିତରେ ପଡ଼ିଥିବା ଦେଖିବାକୁ ମିଳିଥିଲା l ଛାତ୍ରୀଙ୍କ ଶରୀରର ବିଭିନ୍ନ ସ୍ଥାନରେ କ୍ଷତ ସୃଷ୍ଟି ହୋଇଥିବା ବେଳେ ପାରିପାର୍ଶ୍ଵିକ ସ୍ଥିତିରୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ଅନୁମାନ କରାଯାଉଛି l ଘଟଣାସ୍ଥଳରେ ପୋଲିସ ପହଞ୍ଚି ଅଧିକ ତଦନ୍ତ ଆରମ୍ଭ କରିଛି । ଘଟଣା ସ୍ଥଳରେ ଢେଙ୍କାନାଳ ଏସପି,ସାଇଣ୍ଟିଫିକ ଟିମ ଓ ଡଗ ସ୍କ୍ବାଡ ପହଞ୍ଚିଛନ୍ତି।