କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ନିକଟରେ ଥିବା ଜଙ୍ଗଲରୁ କଲେଜ ଛାତ୍ରୀଙ୍କ ମୃତଦେହ ମିଳିବା ଘଟଣା l ମୁଖ୍ୟ ଅଭିଯୁକ୍ତ ସମେତ ହତ୍ୟାକାଣ୍ଡରେ ସହଯୋଗ କରିଥିବା ଅନ୍ୟ ତିନି ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି ପୁଲିସ l ଏ ନେଇ କାମାକ୍ଷାନଗର ଏସଡିପିଓଙ୍କ କାର୍ଯ୍ୟାଳୟ ଠାରେ ଏକ ପ୍ରେସମିଟ କରି ସୂଚନା ଦେଇଛନ୍ତି ଢେଙ୍କାନାଳ ଏସପି ଅଭିନଵ ସୋନକାର l

