ଜମ୍ମୁ : ଜମ୍ମୁରେ ଥିବା ଏକ ବସ୍ ଷ୍ଟାଣ୍ଡରେ ଭୟାନକ ବୋମା ବିସ୍ଫୋରଣ ହୋଇଛି । ସୂତ୍ରାନୁସାରେ ଏହା ଏକ ଗ୍ରେନେଡ୍ ଆକ୍ରମଣ ବୋଲି କୁହାଯାଉଛି । ଏହି ବିସ୍ଫୋରଣରେ ୧୫ରୁ ଅଧିକ ସାଧାରଣ ନାଗରିକ ଆହତ ହୋଇଥିବା ସୂଚନା ମିଳିଛି । ଏପରିକି ଆଖପାଖରେ ଥିବା ପ୍ରାୟ ୧୦ଟି ବସ୍ କ୍ଷତିଗ୍ରସ୍ତ ହୋଇଛି । ବର୍ତମାନ ପୋଲିସ ସେଠାରେ ପହଁଚି ଯାଂଚ ଆରମ୍ଭ କରିଦେଇଛି । ଏହାସହ ଫରେନ୍ସିକ ଟିମ୍ ଘଟଣାସ୍ଥଳରେ ପହଁଚି ତଦନ୍ତ କରୁଛି ।