Odia News Portal

ଖୁବ୍ ଶୀଘ୍ର ସ୍ଲଟ୍ ବୁକିଂ ମାଧ୍ୟମରେ ଆରମ୍ଭ ହେବ ମହାପ୍ରଭୁଙ୍କ ଦର୍ଶନ, ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ସୂଚନା

 ଖୁବଶୀଘ୍ର ସ୍ଲଟ୍ ବୁକିଂ ଜରିଆରେ ଆରମ୍ଭ ହେବ ମହାପ୍ରଭୁଙ୍କ ଦର୍ଶନ। ଉଭୟ ଲାଇନ ଓ ସ୍ଲଟ୍ ବୁକିଂ ଦର୍ଶନ ଜାରି ରଖିବା ନେଇ ଯୋଜନା ଚାଲିଛି। ସ୍ଲଟ୍ ବୁକିଂ କରି ଶ୍ରଦ୍ଧାଳୁମାନେ କିଭଳି ନିର୍ଦ୍ଦିଷ୍ଟ ସମୟରେ ମହାପ୍ରଭୁଙ୍କୁ ଦର୍ଶନ କରି ପାରିବେ ତାକୁ ନଜରରେ ରଖି ବ୍ୟବସ୍ଥା କରାଯାଉଛି। ସ୍ୱତନ୍ତ୍ର ହୋଲଡିଂ ଏରିଆରେ ସ୍ଲଟ ବୁକିଂ ମାଧ୍ୟମରେ ଶ୍ରଦ୍ଧାଳୁ ଦର୍ଶନ କରିବେ । ପ୍ରଥମେ ପରୀକ୍ଷାମୂଳକ ଭାବରେ ସ୍ଲଟ ବୁକିଂ ଦର୍ଶନ ବ୍ୟବସ୍ଥା କରାଯିବ । ଏନେଇ ମନ୍ଦିର ପ୍ରଶାସନ ସହ ଆଲୋଚନା ହୋଇଛି। ମ୍ୟାନେଜିଙ୍ଗ କମିଟିରେ ଆଲୋଚନା ପରେ ସ୍ଲଟ ବୁକିଂକୁ ନେଇ ଚୂଡ଼ାନ୍ତ ନିଷ୍ପତ୍ତି ହେବ ହେବ ବୋଲି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ।ସେହିପରି ଆଜି ୪ ଘଣ୍ଟା ଜଗା ଦର୍ଶନ ବନ୍ଦ ରହିବ । ଆଜି ଶ୍ରୀବିଗ୍ରହଙ୍କ ବନକଲାଗି ନୀତି କରାଯିବ । ଦ୍ବିତୀୟ ଭୋଗମଣ୍ଡପ ଶେଷ ହେବା ପରେ ବନକଲାଗି ନୀତି ଆରମ୍ଭ ହେବ। ଏହା ଗୁପ୍ତନୀତି ହୋଇଥିବାରୁ ଏହି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।