ରାଜଧାନୀରେ ବସିଲା ମୁଖ୍ୟମନ୍ତ୍ରୀ ଜନତା ଦରବାର। ଭୁବନେଶ୍ୱର ସ୍ଥିତ ୟୁନିଟ-୨ ଅଭିଯୋଗ ପ୍ରକୋଷ୍ଠର ୧୯ତମ ପାଳି ରେ ଲୋକଙ୍କ ସମସ୍ୟା ବୁଝିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଅନଲାଇନ୍ ସହିତ ଅଭିଯୋଗ ପ୍ରକୋଷ୍ଠ କୁ ଆସି ପଞ୍ଜୀକରଣ କରି ୭୦୦ ଶହରୁ ଊର୍ଦ୍ଧ୍ୱ ଲୋକ ଅଭିଯୋଗ ଶୁଣାଣିରେ ସାମିଲ ହୋଇଥିଲେ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଭିଯୋଗ ପ୍ରକୋଷ୍ଠରେ ପହଞ୍ଚିବା ପରେ ପ୍ରଥମେ ଦିବ୍ୟାଙ୍ଗ, ଭିନ୍ନକ୍ଷମ ଅଭିଯୋଗକାରୀଙ୍କୁ ଭେଟିଥିଲେ। ସେମାନଙ୍କ ଅଭିଯୋଗ ଶୁଣି ତ୍ୱରିତ ସମାଧାନ ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ।ମୁଖ୍ୟମନ୍ତ୍ରୀଙ୍କ ସହିତ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ବିଦ୍ୟାଳୟ ଓ ଗଣଶିକ୍ଷା ଏବଂ ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୁଷଣ ଜେନା, ପଞ୍ଚାୟତିରାଜ ଓ ପାନୀୟ ଜଳ ଏବଂ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ ନାୟକ,ଶିଳ୍ପ ଓ ଦକ୍ଷତା ବିକାଶ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ପ୍ରମୁଖ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ ।
