Odia News Portal

୩ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ

ଉପକୂଳ ଓ ଉତ୍ତର ଓଡ଼ିଶାକୁ ଝଡ଼ବର୍ଷା ଚେତାବନୀ । ଆଜି ୩ ଜିଲ୍ଲା ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହି ସବୁ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିସହ ଅନେକ ଜିଲ୍ଲାରେ ବଜ୍ରପାତ ସହ ଘଡ଼ଘଡ଼ି ଓ ଝଟକା ପବନ ନେଇ ୟେଲୋ ସତର୍କତା ଜାରି ହୋଇଛି ।ଉତ୍ତର ଓ ଉପକୂଳ ଓଡ଼ିଶାର ବିଭିନ୍ନ ଜିଲ୍ଲା ସମେତ ଗଞ୍ଜାମ, ଗଜପତି, ନୟାଗଡ଼, ଖୋର୍ଦ୍ଧା, ପୁରୀ ଓ କଟକ ଅଞ୍ଚଳରେ ବଜ୍ରପାତ ଏବଂ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ଝଟକା ପବନ ବହିବାର ସମ୍ଭାବନା ରହିଛି । ଆସନ୍ତା ୫ ଦିନ ଯାଏ ରହିବ ଏଭଳି ପାଗ ।

ଉପକୂଳ ଓ ଉତ୍ତର ଓଡ଼ିଶାକୁ ଝଡ଼ବର୍ଷା ଚେତାବନୀ
୩ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ସତର୍କତା
ଆଜି ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ରେ ପ୍ରବଳ ବର୍ଷା
୧୧ ଜିଲ୍ଲାରେ ବିଜୁଳି-ଘଡ଼ଘଡ଼ି ନେଇ ୟେଲୋ ୱାର୍ଣ୍ଣିଂ ଜାରି
ଆସନ୍ତା ୫ ଦିନ ଯାଏ ରାଜ୍ୟରେ ରହିବ ଏଭଳି ପାଗ