Odia News Portal

ଡିଏଭି ପୋଖରୀପୁଟରେ ସହୋଦୟ ସ୍କୁଲ କମ୍ଲେକ୍ସ ବିଜ୍ଞାନ ମେଳା ଅନୁଷ୍ଠିତ

ସହୋଦୟ ସ୍କୁଲ କମ୍ପ୍ଲେକ୍ସ ବିଜ୍ଞାନ ମେଳା ଡିଏଭି ପୋଖରୀପୁଟରେ ଅନୁଷ୍ଠିତ ହୋଇଯାଇଛି । ନାଇଜରର ନିର୍ଦ୍ଦେଶକ ପ୍ରଫେସର ହିରେନ୍ଦ୍ର ନାଥ ଘୋଷ୍ ମୁଖ୍ୟଅତିଥି ରୂପେ ଯୋଗଦାନ କରି ଉକ୍ତ ମେଳାକୁ ଉଦ୍ଘାଟନ କରିଥିଲେ । ଛାତ୍ରଛାତ୍ରୀଙ୍କ ମଧ୍ୟରେ ସୃଜନଶୀଳତା ଏବଂ ବିଜ୍ଞାନ ପ୍ରତି ଆଗ୍ରହ ବୃଦ୍ଧି କରିବାରେ ଏହିଭଳି କାର୍ଯ୍ୟକ୍ରମ ସହାୟକ ହେବ ବୋଲି ସେ ନିଜର ଅଭିଭାଷଣରେ କହିଥିଲେ । ଏହି ପ୍ରଦର୍ଶନୀରେ ଓଡ଼ିଶାର 37ଟି ସ୍କୁଲର 70 ଟି ପ୍ରକଳ୍ପରେ 140 ଜଣ ଛାତ୍ରଛାତ୍ରୀ ଭାଗନେଇ ନିଜର ପାରଦର୍ଶିତା ପ୍ରଦର୍ଶନ କରିଥିଲେ । ବିଜ୍ଞାନ, ସମାଜ ଓ ପରିବେଶ ଉପରେ ଆଧାରିତ ଥିଲା ଏହି ପ୍ରଦର୍ଶନୀ । ଡିଏଭି ଓଡ଼ିଶା ଜୋନ୍ ଏଫ୍ ର ସହ ଆଞ୍ଚଳିକ ଅଧିକାରୀ ତଥା ଅଧ୍ୟକ୍ଷ ବିପିନ କୁମାର ସାହୁ ନିଜର ଅଭିଭାଷଣରେ ଅନୁଭବାତ୍ମକ ଶିକ୍ଷା ମାଧ୍ୟମରେ ବିଦ୍ୟାର୍ଥୀମାନଙ୍କର ବୌଦ୍ଧିକ ବିକାଶ ଘଟି ପାରିବ ବୋଲି ସେ ମତ ପ୍ରକାଶ କରିଥିଲେ । ଏହି ପ୍ରକଳ୍ପଗୁଡ଼ିକୁ ଆସୋସିଏଟ୍ ପ୍ରଫେସର ଡ. ରାକେଶ କୁମାର ସ୍ୱାଇଁ, ଆସେସିଏଟ୍ ପ୍ରଫେସର ଡ. ଶୁଭସ୍ମିତା ସାହୁ, ଆସୋସିଏଟ୍ ପ୍ରଭେସର ଡ. ସନ୍ଦିପନ ମାଇତି, ଆସୋସିଏଟ୍ ପ୍ରଫେସର ଡ. ଆୟେସ ଚିନ୍ମୟ ପ୍ରମୁଖ ବିଚାରକ ରୂପେ ଅଂଶଗ୍ରହଣ କରି ପ୍ରତିଭା ସମ୍ପନ୍ନ ବିଦ୍ୟାର୍ଥୀଙ୍କ ପ୍ରକଳ୍ପଗୁଡ଼ିକୁ ମୂଲ୍ୟାୟନ କରିଥିଲେ । ଏହି ଭବ୍ୟ କାର୍ଯ୍ୟକ୍ରମକୁ ବିଜ୍ଞାନ ବିଭାଗର ବରିଷ୍ଠ ଶିକ୍ଷକ ସୁଶାନ୍ତ କୁମାର ସାମଲ ସଂଯୋଜନା କରିଥିବାବେଳେ ଏହାର ସଫଳତା ପାଇଁ ବରିଷ୍ଠ ବିଜ୍ଞାନ ଶିକ୍ଷକ ପ୍ରଶାନ୍ତ କୁମାର ଦାସ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।