Odia News Portal

ଓଡ଼ିଶାର ୩ ଜଣଙ୍କୁ ପଦ୍ମଶ୍ରୀ

ଆଜି ୩ ଜଣ ଓଡିଆଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନୀତ କରିଛନ୍ତି ରାଷ୍ଟ୍ରପତି । ସେମାନେ ହେଲେ ଦୈତାରୀ ନାୟକ, କମଳା ପୂଜାରୀ ଓ ଡି. ପ୍ରକାଶ ରାଓ । ବିରଳ ଧାନ ସଂଗ୍ରହ କରିଥିବା କମଳା ପୂଜାରୀଙ୍କୁ ମିଳିଛି ପଦ୍ମଶ୍ରୀ ସମ୍ମାନ । ଆଦିବାସୀ ଅଧ୍ୟୁଷିତ ଅଂଚଳରୁ ଆସିଥିଲେ ମଧ୍ୟ ତାଙ୍କ ବିରଳ କୃତିତ୍ୱ ପାଇଁ କମଳା ଦିଲ୍ଲୀରେ ସମ୍ମାନୀତ ହୋଇଛନ୍ତି । ସେହିପରି ସମାଜସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଦୈତାରୀ ନାୟକ ଏବଂ ଡି.ପ୍ରକାଶ ରାଓ ପଦ୍ମଶ୍ରୀ ପୁରସ୍କାରରେ ସମ୍ମାନୀତ ହୋଇଛନ୍ତି ।

କମଳା ପୂଜାରୀ : କୋରାପୁଟର ଆଦିବାସୀ ମହିଳା କମଳା ପୂଜାରୀ। ଜଣେ ଆଦିବାସୀ ଅଶିକ୍ଷିତ ମହିଳା ହୋଇଥିଲେ ହେଁ, ଜୈବିକ ପ୍ରଣାଳୀରେ ଚାଷ କରିବା ସହ ୧୦୦ କିସମର ଧାନକୁ ଏଯାବତ ସଂରକ୍ଷିତ ରଖିଛନ୍ତି।

ଦୈତାରୀ ନାୟକ : କେନ୍ଦୁଝର ଜିଲ୍ଲା ନିପଟ ମଫସଲ ବା˚ଶପାଳ ବ୍ଲକର ଗୋନାସିକା ପଞ୍ଚାୟତର ତଳ ବୈତରଣୀ ଗାଁର ମାଉଣ୍ଟେନ ମ୍ୟାନ ଭାବେ ପରିଚିତ ଦୈତାରୀ ନାଏକ ।ବୈତରଣୀ ଗାଁର ଚାଷ ଜମିକୁ ବର୍ଷ ତମାମ ଜଳ ନିଅଣ୍ଟ ପଡିଥାଏ। ଫଳରେ ସେ ଗୋନାସିକା ପାହାଡରେ ବହି ଯାଉଥିବା ବୈତରଣୀର ଶାଖା ନଈ ପଥରକଟା ନାଳକୁ କାଟି ଦୀର୍ଘ ୪ କିଲୋମିଟର ପର୍ୟ୍ୟନ୍ତ ନାଳ ଖୋଳି ନିଜ ଗାଁ ଚାଷ ଜମିକୁ ପାଣି ମଡାଇଥିଲେ ।

ଡି.ପ୍ରକାଶ ରାଓ : ସ୍ୱତନ୍ତ୍ର ଢଙ୍ଗରେ ଚା’ ବିକ୍ରି କରି ଚର୍ଚ୍ଚାରେ ରହିଥିବା କଟକ ସହରର ବିଶିଷ୍ଟ ସମାଜସେବୀ, ୨୧୮ ଥର ରକ୍ତଦାନ କରିଛନ୍ତି ରେକର୍ଡ ଡି. ପ୍ରକାଶ ରାଓ । ବକ୍ସିବଜାର ପେନସନ ଲେନର ଡି. କ୍ରିଷ୍ଣମୂର୍ତ୍ତି ଏବଂ ଡି. ଲକ୍ଷ୍ମୀଙ୍କ ୩ ଜଣ ସନ୍ତାନଙ୍କ ମଧ୍ୟରେ ଡି. ପ୍ରକାଶ ରାଓ ହେଉଛନ୍ତି ବଡ । ବକ୍ସି ବଜାରରେ ଥିବା ତାଙ୍କ ଚା’ ଦୋକାନରେ ଗ୍ରାହକଙ୍କୁ ଉତ୍ତମ ବ୍ୟବହାର ଏବଂ ଖବର କାଗଜ, ମାଗାଜିନ ପଢିବାର ସୁଯୋଗ ଦେଇ ସେ ଚର୍ଚ୍ଚାକୁ ଆସିଥିଲେ।