Odia News Portal

ବାତ୍ୟା ପ୍ରଭାବ : ଖୋର୍ଦ୍ଧା ଜିଲ୍ଲାରେ ବହିବ ଘଣ୍ଟାପ୍ରତି ୬୦ରୁ ୭୦ କିଲୋମିଟର ବେଗରେ ପବନ!

ଆସନ୍ତା ବାତ୍ୟାର ପ୍ରଭାବ ରାଜଧାନୀ ଭୁବନେଶ୍ୱର ସମେତ କଟକ ଉପରେ ମଧ୍ୟ ପଡ଼ିବ। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି। ବିଶେଷକରି ଖୋର୍ଦ୍ଧା ଜିଲ୍ଲାରେ ପବନର ବେଗ ଅଧିକ ରହିବାର ଆଶଙ୍କା ରହିଛି। ଖୋର୍ଦ୍ଧା ଜିଲ୍ଲାରେ ଘଣ୍ଟାପ୍ରତି ୬୦ରୁ ୭୦ କିଲୋମିଟର ବେଗରେ ପବନ ବହିପାରେ। ଏପରିକି ଝଟ୍‌କା ପବନର ବେଗ ୮୦ କିଲୋମିଟର ପର୍ଯ୍ୟନ୍ତ ପହଞ୍ଚିପାରେ। ଏହାକୁ ନେଇ ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

ଅନ୍ୟପକ୍ଷରେ କଟକରେ ପବନର ବେଗ ତୁଳନାତ୍ମକ ଭାବେ କମ୍‌ ରହିବ ବୋଲି କହିଛନ୍ତି ପାଣିପାଗ ବିଶେଷଜ୍ଞ ମନୋରମା ମହାପାତ୍ର। ତେବେ ବାତ୍ୟାର ପ୍ରଭାବକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ଓ କଟକ ସମେତ ଆଖପାଖ ଅଞ୍ଚଳର ଲୋକଙ୍କୁ ସତର୍କ ରହିବା ଜରୁରୀ।