Odia News Portal

ଦାୟିତ୍ୱ ଗ୍ରହଣ କଲେ ଅସିତ୍ ତ୍ରିପାଠୀ

ରାଜ୍ୟ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କଲେ ଅସିତ ତ୍ରିପାଠୀ । ପୂର୍ବତନ ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢ଼ୀଙ୍କ ଠାରୁ ଆଜି ବିଧିବଦ୍ଧ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ୧୯୮୬ ବ୍ୟାଚର ଆଇଏଏସ୍ ଅଫିସର । ଦାୟିତ୍ୱ ଗ୍ରହଣ ପରେ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ କହିଛନ୍ତି,“ଯେ କୌଣସି କାର୍ୟ୍ୟର ନିଷ୍ପତ୍ତି ତୁରନ୍ତ ନିଆଯିବ। ବିଭିନ୍ନ ଯୋଜନାରେ ପାରଦର୍ଶିତା ପାଇଁ ୫ଞ ଉପରେ ଗୁରୁତ୍ୱ ଦିଆଯିବ। ଧାର୍ୟ୍ୟ ସମୟ ମଧ୍ୟରେ ସମସ୍ତ ଫାଇଲ୍ ଛାଡ଼ିବା ଉପରେ ମୁଁ ଗୁରୁତ୍ୱ ଦେବି।”

ଅନ୍ୟପଟେ ମୁଖ୍ୟ ନିର୍ବାଚସ କମିସନ୍ ଭାବେ ଦାୟିତ୍ୱ ଗ୍ରହଣ କଲେ ଆଦିତ୍ୟ ପ୍ରସାଦ ପାଢ଼ୀ ।ସୁରେଶ ମହାପାତ୍ର ମଧ୍ୟ ଉନ୍ନୟନ କମିଶନର ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ।