ପୁରୀ : ହେଉଛି ସୁନିଆ ଉତ୍ସବ ଆଜିଠାରୁ ଗଜପତି ଦିବ୍ୟସିଂହ ଦେବ ମହାରାଜାଙ୍କର ଆରମ୍ଭ ହୋଇଛି ୧୪୨୭ ସାଲ ୬୨ ଅଙ୍କର ପ୍ରବେଶ। ଏହି ଅବସରରେ ପୁରୀ ଗଜପତିଙ୍କ ଶ୍ରୀନଅରରେ ପାଳିତ ହୋଇଯାଇଛି ସୁନିଆଁ ଉତ୍ସବ। ମଙ୍ଗଳବାର ଠାରୁ ଗଜପତି ମହାରାଜାଙ୍କର ୬୨ଅଙ୍କ ଆରମ୍ଭ ହୋଇଛି।
ଜାତକ ଓ ପାଞ୍ଜି ଅଙ୍କ ଗଣନାର ରହିଛି ବିଶେଷ ମହତ୍ୱ। ସୁନିଆଁ ଅବସରରେ ଶ୍ରୀନହର ପ୍ରାଙ୍ଗଣରେ ଥିବା କନକ ଦୂର୍ଗାଙ୍କ ମନ୍ଦିରରେ ବିଶେଷ ପୂଜାର୍ଚ୍ଚନା କରାଯାଇଛି । କନକଦୂର୍ଗା, ଶ୍ୟାମାକାଳୀ, ରାଧାକୃଷ୍ଣ ,ନୃସିଂହ ଆଦି ଦେବା ଦେବୀଙ୍କର ପୂଜାର୍ଚ୍ଚନା କରିଛନ୍ତି ଗଜପତି । ଗଜପତିଙ୍କର ଏହି ପୂଜାକୁ ଦେବାର୍ଚ୍ଚନା କୁହାଯାଏ। ଦେବାର୍ଚ୍ଚନା ଓ ମଙ୍ଗଳାର୍ପଣ ପରେ ଶ୍ରୀନହରରେ ସୁନିଆଁର ବିଶେଷ ପର୍ବ ଆରମ୍ଭ ହୁଏ। ଗଜପତିଙ୍କ ଉପସ୍ଥିତିରେ ଶ୍ରୀନହରରେ ଅଙ୍କ କଟା ନିତୀ ସମ୍ପାଦନ କରାଯାଇଛି।
ଏହି ଅବସରରେ ଶ୍ରୀନହର ପକ୍ଷରୁ ନୂତନ ଅଙ୍କ ପାଇଁ ଏକ ସ୍ୱର୍ଣ୍ଣ ମୁଦ୍ରା ପ୍ରଚଳନ କରାଯାଇଛି। ରାଜଗୁରୁଙ୍କ ଉପସ୍ଥିତିରେ ବରାହ ନୃସିଂହ, ଲକ୍ଷ୍ମୀ ନୃସିଂହ ଆଦି ଦେବା ଦେବୀଙ୍କ ଚିହ୍ନ ଥିବା ମୁଦ୍ରାକୁ ନହର କରଣ ପ୍ରଚଳନ କରାଇବା ସହ ଗଜପତି ମହାରାଜ ଏହାକୁ ଘୋଷଣା କରିଛନ୍ତି।
