ଭୁବନେଶ୍ବର() ଆଜି ମହାତ୍ମା ଗାନ୍ଧିଙ୍କ ୧୫୦ତମ ଜନ୍ମ ଦିବସ । ଆଜି ବିଧାନସଭା ପରିସରରେ ଗାନ୍ଧି ଜୟନ୍ତୀ ପାଳନ କରାଯାଇଛି । ଏହି ଅବସରରେ ବିଧାନସଭା ପରିସରରେ ଗାନ୍ଧୀ ପ୍ରତିମୂର୍ତ୍ତିରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାଲ୍ୟାର୍ପଣ କରି ରାଜ୍ୟବାସୀଙ୍କୁ ଅହିଂସା ଓ ଗାନ୍ଧିଙ୍କ ଆଦର୍ଶରେ ଅନୁପ୍ରାଣିତ ହେବାକୁ ଆହ୍ୱାନ କରିଛନ୍ତି ।
ସେଠାରେ ଗାନ୍ଧିଜୀଙ୍କୁ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ ଶ୍ରଦ୍ଧା ସୁମନ ଅର୍ପଣ କରିଛନ୍ତି । ଏହା ସହ ଉଭୟ ଗାନ୍ଧିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ । ଏଥିରେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, ଉପବାଚସ୍ପତିଙ୍କ ସମେତ ମନ୍ତ୍ରୀମଣ୍ଡଳର ମନ୍ତ୍ରୀଙ୍କ ସମେତ ବରିଷ୍ଠ ଅଧିକାରୀମାନେ ସାମିଲ ହୋଇଥିଲେ। ଗାନ୍ଧିଙ୍କ ଆଦର୍ଶରେ ଅନୁପ୍ରାଣିତ ହେବାକୁ ମୁଖ୍ୟମନ୍ତ୍ରୀ ରାଜ୍ୟବସୀଙ୍କୁ ଆହ୍ୱାନ କରିଛନ୍ତି । ଏହା ସହ ଏହି ଅବସରରେ ରାଜ୍ୟପାଳ ଗଣେଶୀଲାଲ ମଧ୍ୟ ଅହିଂସା ଓ କରୁଣା ଅବଲମ୍ବନ କରିବାକୁ ରାଜ୍ୟବାସୀଙ୍କୁ ନିବେଦନ କରିଛନ୍ତି ।
