Odia News Portal

ଏହିସବୁ ଜିଲ୍ଲାରେ ହେବ ଝଡବର୍ଷା

ଭୁବନେଶ୍ବର () ଆଜି ରାଜ୍ୟର କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ଥିବା ଅନୁମାନ କରିଛି ଭୁବନେଶ୍ୱରସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର । ବର୍ଷା ସାଙ୍ଗକୁ ବଜ୍ରପାତ ହେବାର ସମ୍ଭାବନା ରହିଛି । ଆଜି ରାଜ୍ୟର ୧୧ଟି ଜିଲ୍ଲାରେ ବର୍ଷା ସହ ବଜ୍ରପାତ ହେବା ଆଶଙ୍କା ରହିଛି । ଜିଲ୍ଲାଗୁଡ଼ିକ ହେଲା ମୟୂରଭଞ୍ଜ, ବାଲେଶ୍ୱର, ଖୋର୍ଧା, ଗଞ୍ଜାମ, ଗଜପତି, କେନ୍ଦ୍ରାପଡା, ଜଗତସିଂପୁର, ଯାଜପୁର, ପୁରୀ, ସୁନ୍ଦରଗଡ ଓ ଝାରସୁଗୁଡା । ଏହି ସମୟରେ ବାହାରକୁ ନ ବାହାରିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ ।