Odia News Portal

୮ବର୍ଷର ଶିଶୁକୁ ଦୁଷ୍କର୍ମ ଅଭିଯୋଗ, ଯୁବକ ଅଟକ

ଖୋର୍ଦ୍ଧା : ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ଥାନା ଅନ୍ତର୍ଗତ ବଡ଼ବେରଣା ଗାଁରେ ୮ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ସଂପୃକ୍ତ ଯୁବକଙ୍କୁ ଅଟକ ରଖି ପୋଲିସର ପଚରାଉଚରା ।

ସୂଚନାଯୋଗ୍ୟ ଯେ, ବିଦ୍ୟାଳୟ ଛୁଟି ଥିବାରୁ ଶିଶୁଟି ତାର ମାମୁଁ ଘର ବଡ଼ବେରଣା ଗାଁକୁ ବୁଲିବାକୁ ଯାଇଥିଲା। ଆଜି ସକାଳୁ ଶୌଚ ପାଇଁ ଗାଁ ପୋଖରୀକୁ ଯାଇଥିବା ସମୟରେ ସେହି ଗାଁର ୨୪ ବର୍ଷ ବୟସ୍କ ଯୁବକ ଏକ ନିକାଂଚନ ଜାଗାକୁ ଉଠାଇ ନେଇ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି । ଏନେଇ ପରିବାର ପକ୍ଷରୁ ବେଗୁନିଆ ଥାନାରେ ଏକ ଏତଲା ଦିଆଯାଇଥିବା ବେଳେ ସମ୍ପୃକ୍ତ ଯୁବକଙ୍କୁ ଅଟକ ରଖି ପୋଲିସ ପଚରା ଉଚରା ଜାରି ରଖିଛି ।